Odisha Link
Bridging the Missing Links in Odisha

ଆସନ୍ତାକାଲି ଲଘୁଚାପ ନେଇପାରେ ଅବପାତର ରୂପ: ମୃତ୍ୟୁଞ୍ଜୟ ମହାପାତ୍ର

ଏହାପରେ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି।

ଓଏଲ୍‌ ବ୍ୟୁରୋ: ବଦଳୁଛି ପାଗ ଆଉ ମନରେ ଛନକା ଆରମ୍ଭ। ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ସମ୍ଭାବ୍ୟ ବାତ୍ୟା ସଂପର୍କରେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଆଜି ସକାଳେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି, କାଲି ସୁଦ୍ଧା ଏହା ଘନୀଭୂତ ହୋଇ ଅବପାତରେ ପରିଣତ ସମ୍ଭାବନା ରହିଛି। ୧୦ ତାରିଖ ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବା ସମ୍ଭାବନା ରହିଛି। ୧୨ ତାରିଖରେ ବାତ୍ୟାର ଗତିପଥ ପରିବର୍ତ୍ତନ ହେବ।

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ନେଲା ଲଘୁଚାପ ରୂପ। ଆଜି ଲଘୁଚାପର ରୂପ ନେଇଛି ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ ନେଇପାରେ ଅବପାତର ରୂପ। ଏହାପରେ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି।

Leave A Reply

Your email address will not be published.