Odisha Link
Bridging the Missing Links in Odisha

ବାଚସ୍ପତିଙ୍କ ପରେ ଦୁଇ ମନ୍ତ୍ରୀ ଦେଲେ ଇସ୍ତଫା 

ଓଏଲ୍‌ ବ୍ୟୁରୋ: ବିଧାନସଭାର ବାଚସ୍ପତି ପଦରୁ ଇସ୍ତଫା ଦେଲେ ବିକ୍ରମ କେଶରୀ ଆରୁଖ । ସେ ଆଜି ତାଙ୍କ ଇସ୍ତଫା ପତ୍ର ଉପବାଚସ୍ପତିଙ୍କ ନିକଟକୁ ପଠାଇ ଦେଇଛନ୍ତି। ଇସ୍ତଫା ପଛରେ ବ୍ୟକ୍ତିଗତ କାରଣ ଥିବା କହିଛନ୍ତି ବିକ୍ରମ। ଏନେଇ ସେ ଏକ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି । ସେ କହିଛନ୍ତି କି, ଏବେ ଦଳ ତାଙ୍କୁ ଯେଉଁ ଦାୟିତ୍ୱ ଦେବ ତାକୁ ସେ ନିଷ୍ଠାର ସହ କରିବେ। ବିକ୍ରମଙ୍କ ପରେ ପରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଓ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମଧ୍ୟ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି।

Leave A Reply

Your email address will not be published.