Odisha Link
Bridging the Missing Links in Odisha

ଉପରମୁହାଁ ପାରଦ, ରାଜ୍ୟରେ ପୁଣି ଅସହ୍ୟ ହେଲାଣି ତାତି

ଅନେକ ଜିଲ୍ଲାରେ ୪୦ ଡିଗ୍ରୀ ପରେ ରହିଛି ଦିନ ତାପମାତ୍ରା।

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ପୁଣି ଅସହ୍ୟ ହେଲାଣି ତାତି। ବଢ଼ିବାରେ ଲାଗିଛି ତାପମାତ୍ରା।ଆହୁରି ମଧ୍ୟ ଅତ୍ୟଧିକ ତାତି ଅନୁଭୂତ ହେବ ବୋଲି ସୂଚନା ମିଳିଛି। ୨ରୁ ୩ ଡିଗ୍ରୀ ଯାଏ ବଢ଼ିବ ଦିନ ତାପମାତ୍ରା। କିଛି ଜିଲ୍ଲାରେ ୪୦ ଡିଗ୍ରୀ ଉପରେ ରହିବ ପାରଦ। ୪ରୁ ୫ ଦିନ ପାଇଁ ପାରଦ ଉପରମୁହାଁ ରହିବ। ତାତି ବଢ଼ିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଦେଇଛି।

ରାଜ୍ୟରେ ପ୍ରଚଣ୍ଡ ଗ୍ରୀ‌ଷ୍ମ ପ୍ରବାହ ଅନୁଭୂତ ହେବ। ରାଜ୍ୟର ସର୍ବୋଚ୍ଚ ତାପମାତ୍ରା କିଛି କିଛି ସ୍ଥାନରେ ୪୫ ଡିଗ୍ରି ଅତିକ୍ରମ କରାଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେବେ ତାତିକୁ ନଜରରେ ରଖି ରାଜ୍ୟର କିଛି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନେକ ଜିଲ୍ଲାରେ ୪୦ ଡିଗ୍ରୀ ପରେ ରହିଛି ଦିନ ତାପମାତ୍ରା।