Odisha Link
Bridging the Missing Links in Odisha

ଆଉ କିଛି ସମୟ ପରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ, ଜାଣନ୍ତୁ ଛାତ୍ରଛାତ୍ରୀ କେମିତି ଜାଣିବେ ଫଳାଫଳ

ପରୀକ୍ଷା ଫଳକୁ ନେଇ ଯଦି ପରୀକ୍ଷାର୍ଥୀଙ୍କର କିଛି ଆପତ୍ତି ଅଭିଯୋଗ ଥାଏ ତେବେ ଗୋଟିଏ ମାସ ମଧ୍ୟରେ ସେମାନେ ବୋର୍ଡ କର୍ତ୍ତୃପକ୍ଷଙ୍କୁ ଜଣାଇପାରିବେ।

ଭୁବନେଶ୍ବର: ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷାଫଳ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇ ସାରିଛି। ଆଜି ପୂର୍ବାହ୍ନ ୧୦ଟା ସମୟରେ କଟକ ବୋର୍ଡ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ଫଳାଫଳ ଘୋଷଣା କରାଯିବ। ମଧ୍ୟାହ୍ନ ୧୨ଟା ସୁଦ୍ଧା ବୋର୍ଡ ୱେବ୍ ସାଇଟରେ ରେଜଲ୍ଟ ଉପଲବ୍ଧ ହେବ।

ମାଟ୍ରିକ ଫଳାଫଳ ପାଇବେ କେମିତି :
ଅଭିଭାବକ ଓ ପରୀକ୍ଷାର୍ଥୀମାନେ www. bseodisha.ac.in ସାଇଟରେ ନିଜ ରେଜଲ୍ଟ ପାଇପାରିବେ। ଏହାବାଦ SMS ମାଧ୍ୟମରେ ବି ପରୀକ୍ଷାର୍ଥୀମାନେ ଫଳାଫଳ ଜାଣିପାରିବେ। OR10 ଲେଖି ସ୍ପେଶ ଦେବାପରେ ନିଜ ରୋଲ୍ ନମ୍ବରକୁ ଟାଇପ କରି 5676750 ନମ୍ବରକୁ ପଠାଇ ସେମାନେ ରେଜଲ୍ଟ ଜାଣିପାରିବେ।

ପରୀକ୍ଷାଫଳରେ ଅସନ୍ତୁଷ୍ଟ ଥିଲେ କରିପାରିବେ ଅଭିଯୋଗ:
ସେହିପରି ପରୀକ୍ଷା ଫଳକୁ ନେଇ ଯଦି ପରୀକ୍ଷାର୍ଥୀଙ୍କର କିଛି ଆପତ୍ତି ଅଭିଯୋଗ ଥାଏ ତେବେ ଗୋଟିଏ ମାସ ମଧ୍ୟରେ ସେମାନେ ବୋର୍ଡ କର୍ତ୍ତୃପକ୍ଷଙ୍କୁ ଜଣାଇପାରିବେ। ସେଥିପାଇଁ ବୋର୍ଡ ପକ୍ଷରୁ ଏକ କଣ୍ଟ୍ରୋଲ ରୁମ୍ ନମ୍ବର ୦୬୭୧-୨୪୧୫୪୬୦ ଜାରି କରାଯାଇଛି।

ସୂଚନାଥାଉକି, ଚଳିତ ବର୍ଷ ୫ ଲକ୍ଷ ୪୧ ହଜାର ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଛନ୍ତି। ତ୍ରୁଟିଶୂନ୍ୟ ରେଜଲ୍ଟ ପ୍ରକାଶନ ନେଇ ପ୍ରକ୍ରିୟା ଜାରି ରହିଥିବା ସୂଚନା ଦେଇଥିଲେ ବୋର୍ଡ ଉପସଭାପତି ନିହାର ରଂଜନ ମହାନ୍ତି। ପରୀକ୍ଷାର ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବା ନେଇ ନିର୍ଦ୍ଦେଶ ରହିଥିବା ସୂଚନା ଦେଇଥିଲେ ବୋର୍ଡ ଉପସଭାପତି ନିହାର ରଂଜନ ମହାନ୍ତି।

Leave A Reply

Your email address will not be published.