Odisha Link
Bridging the Missing Links in Odisha

କର୍ଣ୍ଣାଟକକୁ ମିଳିଲା ନୂଆ ମୁଖ୍ୟମନ୍ତ୍ରୀ, ଶପଥ ନେଲେ ସିଦ୍ଦରମୈୟା

ଶପଥ ଗ୍ରହଣ ସମାରୋହରେ ବହୁ ବରିଷ୍ଠ ନେତା ସାମିଲ ହୋଇଛନ୍ତି।

ଓଏଲ୍‌ ବ୍ୟୁରୋ: କର୍ଣ୍ଣାଟକ ରାଜନୈତିକ ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ। ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା ହେଲେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ। ଆଜି ବେଙ୍ଗାଲୁରୁର ଏକ ଷ୍ଟାଡିୟମରେ ଶପଥ ଗ୍ରହଣ ସମାରୋହ ଆୟୋଜିତ ହୋଇଛି। ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସିଦ୍ଦରମୈୟା। ସିଦ୍ଦରମୈୟାଙ୍କୁ ଶପଥ ପାଠ କରାଇଲେ ରାଜ୍ୟପାଳ। ଶପଥ ଗ୍ରହଣ ସମାରୋହରେ ବହୁ ବରିଷ୍ଠ ନେତା ସାମିଲ ହୋଇଛନ୍ତି। ମଲ୍ଲିକାର୍ଜୁନ ଖଡ଼ଗେ, ରାହୁଲ ଗାନ୍ଧି, ପ୍ରିୟଙ୍କା ଗାନ୍ଧି ଉପସ୍ଥିତ ଥିବା ଦେଖିବାକୁ ମିଳିଛି।

ଖବର ଅନୁସାରେ, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ କିଏ ହେବ! ଏନେଇ ସରଗରମ ଥିଲା କର୍ଣ୍ଣାଟକ ରାଜନୀତି। ଏହି ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପଡିଥିବାବେଳେ ୭୫ ବର୍ଷୀୟ ସିଦ୍ଦରମୈୟା ମୁଖ୍ୟମନ୍ତ୍ରୀ ହେବା ସହ ଡିକେ ଶିବକୁମାରଙ୍କୁ ଉପମୁଖ୍ୟମନ୍ତ୍ରୀ ଦାୟିତ୍ୱ ତୁଲାଇବେ ବୋଲି ଘୋଷଣା କରାଯାଇଛି। ତେବେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଭାବେ ସିଦ୍ଦରମୈୟା ଶପଥ ନେବାବେଳେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ, ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ, ଏନସିପି ମୁଖ୍ୟ ଶରଦ ପାୱାର, ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ, ଏନସି ମୁଖ୍ୟ ଫାରୁକ ଅବଦୁଲ୍ଲାଙ୍କ ସମେତ ଅନେକ ବରିଷ୍ଠ ନେତା ଉପସ୍ଥିତ ରହିଥିବା ଦେଖିବାକୁ ମିଳିଛି।

Leave A Reply

Your email address will not be published.