Odisha Link
Bridging the Missing Links in Odisha

ଆଜି କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ସିଦ୍ଦରମୈୟ, ଶିବକୁମାର ହେବେ ଉପମୁଖ୍ୟମନ୍ତ୍ରୀ

ଶପଥ ସମାରୋହ ପାଇଁ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ କିଛି ଅଣବିଜେପି ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ବଡ଼ ବଡ଼ ନେତାଙ୍କୁ ନିମନ୍ତ୍ରଣ ଦେଇଛନ୍ତି।

ଓଏଲ୍‌ ବ୍ୟୁରୋ: କର୍ଣ୍ଣାଟକ ରାଜନୈତିକ ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ। ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା ହେବେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ। ଶିବକୁମାର ଉପମୁଖ୍ୟମନ୍ତ୍ରୀ ଭାବେ ନେବେ ଶପଥ। ଆଜି ବେଙ୍ଗାଲୁରୁର ଏକ ଷ୍ଟାଡିୟମରେ ଶପଥ ଗ୍ରହଣ ସମାରୋହ ଆୟୋଜିତ ହେବ। ବେଙ୍ଗାଲୁରୁର କାନ୍ତିରବା ଷ୍ଟାଡିୟମରେ ହେବାକୁ ଥିବା ଭବ୍ୟ ସମାରୋହ ପାଇଁ ପ୍ରସ୍ତୁତି ଶେଷ ହୋଇଛି। ଶପଥ ସମାରୋହ ପାଇଁ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ କିଛି ଅଣବିଜେପି ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ବଡ଼ ବଡ଼ ନେତାଙ୍କୁ ନିମନ୍ତ୍ରଣ ଦେଇଛନ୍ତି।

ଖବର ଅନୁସାରେ, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ କିଏ ହେବ! ଏନେଇ ସରଗରମ ଥିଲା କର୍ଣ୍ଣାଟକ ରାଜନୀତି। ଏହି ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପଡିଥିବାବେଳେ ୭୫ ବର୍ଷୀୟ ସିଦ୍ଦରମୈୟା ମୁଖ୍ୟମନ୍ତ୍ରୀ ହେବା ସହ ଡିକେ ଶିବକୁମାରଙ୍କୁ ଉପମୁଖ୍ୟମନ୍ତ୍ରୀ ଦାୟିତ୍ୱ ତୁଲାଇବେ ବୋଲି ଘୋଷଣା କରାଯାଇଛି। ତେବେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଭାବେ ସିଦ୍ଦରମୈୟା ଶପଥ ନେବାବେଳେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ, ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ, ଏନସିପି ମୁଖ୍ୟ ଶରଦ ପାୱାର, ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ, ଏନସି ମୁଖ୍ୟ ଫାରୁକ ଅବଦୁଲ୍ଲାଙ୍କୁ ଉପସ୍ଥିତ ରହିବା ପାଇଁ ନିମନ୍ତ୍ରଣ କରାଯାଇଛି।

Leave A Reply

Your email address will not be published.