Odisha Link
Bridging the Missing Links in Odisha

ଶୈବପୀଠରେ ଗଞ୍ଜେଇ ମନା

ଭୁବନେଶ୍ୱର: ଓଡ଼ିଶାର ସମସ୍ତ ଶୈବ ପୀଠରେ ନିଷେଧ ହେବ ଗଞ୍ଜେଇ ବ୍ୟବହାର। ସମସ୍ତ ଜିଲ୍ଲାର ଜିଲ୍ଲପାଳ ଓ ଏସପିଙ୍କୁ ଚିଠି ଲେଖିଲା ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ । ଗଞ୍ଜେଇ ବ୍ୟବହାର ବନ୍ଦ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛି ବିଭାଗ ।

ଓଡ଼ିଶା ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଦିଲ୍ଲୀପ ରାଉତରାୟ ଏନେଇ ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ଚିଠି ଲେଖିଛନ୍ତି। ଅନନ୍ତ ବଳିଆ ଟ୍ରଷ୍ଟର ପୂଜ୍ୟପୂଜକ ବଳିଆ ଶୈବପୀଠରେ ଗଞ୍ଜେଇ ନିଷେଧ କରିବାକୁ ଚିଠି ଲେଖି ବିଭାଗର ଦୃଷ୍ଟି ଆକର୍ଷଣ କରିଥିଲେ ।

ଶୈବପୀଠରେ ଗଞ୍ଜେଇ ବ୍ୟବହାର ଉପରେ କଟକଣାକୁ ନେଇ ପଦ୍ମଶ୍ରୀ ବାବା ବଳିଆ କହିଛନ୍ତି, ଶୈବପୀଠରେ ଗଞ୍ଜେଇ ନିଷେଧ ସ୍ୱାଗତ ଯୋଗ୍ୟ। ଗଞ୍ଜେଇ ବ୍ୟାନ୍ ପାଇଁ ଭାରତ ଓ ଓଡ଼ିଶା ସରକାରଙ୍କୁ ଚିଠି ଲେଖିଥିଲି। ଓଡ଼ିଶା ସରକାର ବ୍ୟାନ୍ କରିଥିବାରୁ ମୁଁ ବହୁତ ଖୁସି।

 

Leave A Reply

Your email address will not be published.