Odisha Link
Bridging the Missing Links in Odisha

ନୂଆ ସଂସଦ ଭବନ ଉଦଘାଟନୀ କାର୍ଯ୍ୟକ୍ରମରେ ଯୋଗଦେବ ବିଜେଡି

ଓଏଲ୍‌ ବ୍ୟୁରୋ: ଆସନ୍ତା ୨୮ ତାରିଖରେ ଆଧୁନିକ ଓ ଭବ୍ୟ ଶୈଳୀରେ ନିର୍ମାଣ ହୋଇଥିବା ସଂସଦର ନୂଆ ବିଲଡିଂକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବରୋଧୀ ଏହି କାର୍ଯ୍ୟକ୍ରମକୁ ବୟକଟ କରିବାକୁ ଘୋଷଣା କରିଛନ୍ତି। ହେଲେ ଅନ୍ୟପଟେ ସରକାରୀ ସ୍ତରରେ ଉଦଘାଟନୀ ଉତ୍ସବ ପାଇଁ ସବୁ ପ୍ରକାରର ପ୍ରସ୍ତୁତି ଶେଷ ହୋଇଛି। ତେବେ ଓଡ଼ିଶାର ଶାସକ ଦଳ ବିଜୁ ଜନତା ଦଳର ସାଂସଦ ଏହି ଉଦଘାଟନ ଉତ୍ସବରେ ଉପସ୍ଥିତ ରହିବେ ବୋଲି ସୂଚନା ଦେଇଛନ୍ତି ସାଂସଦ ସସ୍ମିତ ପାତ୍ର।

ବିଜୁ ଜନତା ଦଳର ଜାତୀୟ ମୁଖପାତ୍ର ସସ୍ମିତ ପାତ୍ର କହିଛନ୍ତି ଯେ, ଭାରତୀୟ ରାଷ୍ଟ୍ର ମୁଖ୍ୟ ହେଉଛନ୍ତି ଭାରତର ରାଷ୍ଟ୍ରପତି । ସେହିପରି ସଂସଦ ଭବନ ଭାରତର ୧୪୦ କୋଟି ଲୋକଙ୍କ ପ୍ରତିନିଧିତ୍ୱ କରେ। ଏହି ଦୁଇ ସଂସ୍ଥା ହେଉଛି ଭାରତୀୟ ଗଣତନ୍ତ୍ରର ପ୍ରତୀକ ଓ ଭାରତୀୟ ସମ୍ବିଧାନ ଦ୍ୱାରା ଉଭୟ ଅଧିକାରପ୍ରାପ୍ତ। ଉଭୟ ସଂସ୍ଥାର ଅଧିକାର ଓ ଗାରିମା ସର୍ବଦା ସୁରକ୍ଷିତ ରହିବା ଉଚିତ୍। ଏହି ସାମ୍ବିଧାନିକ ସଂସ୍ଥାଗୁଡ଼ିକ ଯେକୌଣସି ପ୍ରସଙ୍ଗରୁୁ ଊର୍ଦ୍ଧ୍ୱରେ ରହିବା ଉଚିତ୍ ଯାହାକି ଏହାର ପବିତ୍ରତା ଓ ସମ୍ମାନକୁ ପ୍ରଭାବିତ କରୁଥିବ ବୋଲି ବିଜେଡି ବିଶ୍ୱାସ କରେ।

ସୂଚନାଯୋଗ୍ୟ, ନୂଆ ସଂସଦ ଭବନ ଉଦଘାଟନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା କରାଇବା ଦାବିରେ କଂଗ୍ରେସ ନେତୃତ୍ୱରେ ୧୯ଟି ଦଳ ଆଜି ମିଳିତ ଭାବେ ଆସନ୍ତା ୨୮ତାରିଖରେ ହେବାକୁ ଥିବା ଉଦଘାଟନ ସମାରୋହକୁ ବର୍ଜନ କରିବେ ବୋଲି ଘୋଷଣା କରିଛନ୍ତି।

 

Leave A Reply

Your email address will not be published.