Odisha Link
Bridging the Missing Links in Odisha

ନବ ଦାସ ହତ୍ୟାକାଣ୍ଡକୁ ପୂରିବ ୪ ମାସ: ଆଜି ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ

ଝାରସୁଗୁଡ଼ା ସ୍ଥିତ ଜେଏମଏଫସି କୋର୍ଟରେ ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ।

ଓଏଲ୍‌ ବ୍ୟୁରୋ: ବହୁଚର୍ଚ୍ଚିତ ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାକୁ ଆଉ କିଛି ଦିନରେ ପୂରିବ ୪ ମାସ। ହେଲେ ଏପର୍ଯ୍ୟନ୍ତ ହତ୍ୟାକାଣ୍ଡର ରହସ୍ୟ ସାମ୍ନାକୁ ଆସିପାରିନାହିଁ। ଯାହାକୁ ନେଇ କ୍ରାଇମବ୍ରାଞ୍ଚ ତଦନ୍ତ ଜାରି କରିଛି। ନବ ଦାସ ହତ୍ୟା ମାମଲାରେ ଆଜି ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ। ଝାରସୁଗୁଡ଼ା ସ୍ଥିତ ଜେଏମଏଫସି କୋର୍ଟରେ ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ। ମାମଲାର ମୁଖ୍ୟ ଅଭିଯୁକ୍ତ ପୁଲିସ ଏଏସ୍ଆଇ ଗୋପାଳକୃଷ୍ଣ ଦାସଙ୍କୁ ଦୋଷୀ ସାବ୍ୟସ୍ତ କରିବା ପାଇଁ କ୍ରାଇମବ୍ରାଞ୍ଚ ସମସ୍ତ ପ୍ରକାର ସାଇଣ୍ଟିଫିକ୍ ତଥା ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନକୁ ଭିତ୍ତିକରି ଅଭିଯୋଗ ଫର୍ଦ୍ଦ ପ୍ରସ୍ତୁତ ହୋଇଥିବା ଜଣାପଡ଼ିଛି।

ଖବର ଅନୁସାରେ, ଗତ ଜାନୁଆରୀ ୨୯ ତାରିଖରେ ତତ୍କାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା କରାଯାଇଥିଲା। ଅଭିଯୁକ୍ତ ଗୋପାଳକୁ ଘଟଣାସ୍ଥଳରୁ ପିସ୍ତଲ ସହ ପୁଲିସ ଗିରଫ କରିବାରେ ସକ୍ଷମ ହୋଇଥିଲା। ଅଭିଯୁକ୍ତ ଗୋପାଳ ବର୍ତ୍ତମାନ ଜେଲରେ ଦିନ କାଟୁଛି। ହେଲେ ବର୍ତ୍ତମାନ ସୁଦ୍ଧା ଘଟଣାର ମୁଖ୍ୟ ରହସ୍ୟ ସାମ୍ନାକୁ ଆସିପାରିନାହିଁ। ଯାହାକୁ ନେଇ ଚର୍ଚ୍ଚା ଥମିନାହିଁ। ଅଭିଯୁକ୍ତ ଗୋପାଳର ଗୁଜରାଟ ଗାନ୍ଧୀନଗର ସ୍ଥିତ ଫରେନସିକ୍ ଲ୍ୟାବ୍ରେ ପଲିଗ୍ରାଫ୍ ଓ ନାର୍କୋ ଟେଷ୍ଟ କରାଯାଇଥିଲା। ତେବେ ବିଭିନ୍ନ ତଥ୍ୟକୁ ଭିତ୍ତି କରି ଆଜି ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ।

Leave A Reply

Your email address will not be published.