Odisha Link
Bridging the Missing Links in Odisha

ତାତିରୁ ମିଳିବ ତ୍ରାହି, ଓଡ଼ିଶାର କିଛି ସ୍ଥାନରେ ବର୍ଷା ସହ ପବନ ହେବାର ଆଶଙ୍କା

ଏହାର ପ୍ରଭାବରେ ତାତିରୁ ସାମୟିକ ଆଶ୍ୱସ୍ତି ମିଳିପାରେ ବୋଲି କୁହାଯାଉଛି।

ଓଏଲ୍‌ ବ୍ୟୁରୋ: ତାତିରୁ ମିଳିବ ତ୍ରାହି। ଆଗାମୀ ୨୪ ଘଣ୍ଟାରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ପବନ ସମ୍ଭାବନା ରହିଛି। ଆଜି ବିଜୁଳି ଓ ଘଡ଼ଘଡ଼ି ପାଇଁ ୧୧ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ତାତିରୁ ସାମୟିକ ଆଶ୍ୱସ୍ତି ମିଳିପାରେ ବୋଲି କୁହାଯାଉଛି।

ଅନ୍ୟପଟେ, ବଢ଼ିବାରେ ଲାଗିଛି ତାପମାତ୍ରା। ରାଜ୍ୟରେ ଆହୁରି ମଧ୍ୟ ଅତ୍ୟଧିକ ତାତି ଅନୁଭୂତ ହେବ ବୋଲି ସୂଚନା ମିଳିଛି। ୨ରୁ ୩ ଡିଗ୍ରୀ ଯାଏ ବଢ଼ିବ ଦିନ ତାପମାତ୍ରା। କିଛି ଜିଲ୍ଲାରେ ୪୦ ଡିଗ୍ରୀ ଉପରେ ରହିବ ପାରଦ। ରାଜ୍ୟରେ ଆହୁରି ୫ ଦିନ ଗ୍ରୀଷ୍ମକୋପ ରହିବ। ବିଶେଷ କରି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ଅସହ୍ୟ ହେବ। ଏନେଇ ସତର୍କ କରାଇଛି ପାଣିପାଗ ବିଭାଗ। ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୪୨ ଡିଗ୍ରୀ ଉପରେ ରହିପାରେ। ଉପକୂଳରେ ୪୦ ଡିଗ୍ରୀ ଉପରେ ରହିପାରେ ପାରଦ। ୩ ଦିନ ଯାଏ ତାପମାତ୍ରାରେ କୌଣସି ପରିବର୍ତ୍ତନ ସମ୍ଭାବନା ନାହିଁ ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

Leave A Reply

Your email address will not be published.