Odisha Link
Bridging the Missing Links in Odisha

ନୀତି ଆୟୋଗ ବୈଠକ: ନାହାଁନ୍ତି ନବୀନ!

ପୂର୍ବରୁ ନବୀନ ପଟ୍ଟନାୟକ ଏହି ବୈଠକରେ ଯୋଗ ଦେବେ ବୋଲି ସୂଚନା ମିଳିଥିଲା।

ଓଏଲ୍‌ ବ୍ୟୁରୋ: ଆଜି ନୂଆଦିଲ୍ଲୀରେ ନୀତି ଆୟୋଗର ସାଧାରଣ ପରିଷଦ ବୈଠକ ଆୟୋଜିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଲା ଏହି ବୈଠକ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେବେ ବୋଲି ସୂଚନା ମିଳିଥିବାବେଳେ ବୈଠକରେ ତାଙ୍କୁ ଦେଖିବାକୁ ମିଳିନାହିଁ। ଯାହାକୁ ନେଇ ଚର୍ଚ୍ଚା ହେଉଛି।

ସୂଚନା ଅନୁସାରେ, ପୂର୍ବରୁ ନବୀନ ପଟ୍ଟନାୟକ ଏହି ବୈଠକରେ ଯୋଗ ଦେବେ ବୋଲି ସୂଚନା ମିଳିଥିଲା। ଏହା ସହ ଆଧୁନିକ ଓ ଭବ୍ୟ ଶୈଳୀରେ ନିର୍ମାଣ ହୋଇଥିବା ସଂସଦର ନୂଆ ବିଲଡିଂର ଉଦଘାଟନ ଉତ୍ସବରେ ମଧ୍ୟ ବିଜେଡି ଯୋଗଦାନ କରିବ ବୋଲି ବିଜୁ ଜନତା ଦଳର ସାଂସଦ ସାଂସଦ ସସ୍ମିତ ପାତ୍ର ସୂଚନା ଦେଇଥିଲେ।

ଆଜି ନୀତି ଆୟୋଗ ବୈଠକରେ ସ୍ୱାସ୍ଥ୍ୟ, ଦକ୍ଷତା ବିକାଶ, ମହିଳା ଶସକ୍ତୀକରଣ ଏବଂ ବିକାଶ ଭିତ୍ତିଭୂମି ସମେତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଛି। ତେବେ ଏହି କାର୍ଯ୍ୟକ୍ରମରେ ଭାରତର ୬ ମୁଖ୍ୟମନ୍ତ୍ରୀ ଯୋଗ ଦେବେ ନାହିଁ ବୋଲି ସୂଚନା ମିଳିଥିଲା।

ନୀତି ଆୟୋଗର ସାଧାରଣ ପରିଷଦ ବୈଠକରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ. ଷ୍ଟାଲିନ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଯୋଗ ଦେବେନାହିଁ ବୋଲି ଘୋଷଣା କରିଥିଲେ।

Leave A Reply

Your email address will not be published.