Odisha Link
Bridging the Missing Links in Odisha

ଆସନ୍ତାକାଲି ପ୍ରକାଶ ପାଇବ +୨ ପରୀକ୍ଷା ଫଳ, ଜାଣନ୍ତୁ ଛାତ୍ରଛାତ୍ରୀ କେମିତି ଜାଣିବେ ରେଜଲ୍ଟ

ସିଏଚଏସଇ ଅଧିନ ବିଦ୍ୟାଳୟର କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି।

ଓଏଲ୍‌ ବ୍ୟୁରୋ: ଯୁକ୍ତ ଦୁଇ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ପାଇଁ ଏକ ବଡ ଖବର ସାମ୍ନାକୁ ଆସିଛି। ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷାଫଳ। ଏନେଇ ସିଏଚଏସିସି, ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ୩୧ ତାରିଖ କେବଳ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ। ତେବେ ପରବର୍ତ୍ତୀ ସମୟରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ। ତେବେ ଛାତ୍ରଛାତ୍ରୀ ନିଜର ଫଳାଫଳ ଜାଣିବା ପାଇଁ orissaresults.nic.in କିମ୍ବା chseodisha.nic.in ୱେବସାଇଟରେ ଯାଇ ଚେକ କରିପାରିବେ।

ଖବର ଅନୁସାରେ, ମାର୍ଚ୍ଚ ୧ ତାରିଖରୁ ଯୁକ୍ତ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଏପ୍ରିଲ୍ ୫ ତାରିଖରେ ଶେଷ ହୋଇଥିଲା। ସେହିପରି ଏପ୍ରିଲ୍ ୧୦ ତାରିଖରେ ଖାତା ଦେଖା ଆରମ୍ଭ ହୋଇଥିଲା। ଏପଟେ ଆରମ୍ଭ ହୋଇଛି ଯୁକ୍ତଦୁଇ ପ୍ରଥମ ବର୍ଷର ନାମଲେଖା ପ୍ରକ୍ରିୟା। ସିଏଚଏସଇ ଅଧିନ ବିଦ୍ୟାଳୟର କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି।

Leave A Reply

Your email address will not be published.