Odisha Link
Bridging the Missing Links in Odisha

ଶ୍ରୀମନ୍ଦିରରେ ୧୬ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଆଜି ରାତି ୧୦ଟାରୁ କାଲି ଦିନ ୨ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ।

ଓଏଲ୍‌ ବ୍ୟୁରୋ: ଆସନ୍ତା ୧୬ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ଆଜି ରାତି ୧୦ଟାରୁ କାଲି ଦିନ ୨ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ। ଦେବସ୍ନାନ ନୀତି ପାଇଁ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ଜାରି ହୋଇଛି।

ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ। ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ। ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ।

ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ। ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ। ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି।

Leave A Reply

Your email address will not be published.