Odisha Link
Bridging the Missing Links in Odisha

ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା: ଏମର୍ଜେନ୍ସି ନମ୍ବର ଜାରି କଲେ ଏସଆରସି, ଉଦ୍ଧାର କାର୍ଯ୍ୟ ଜାରି

ଓଏଲ୍‌ ବ୍ୟୁରୋ: ଆଜି ସନ୍ଧ୍ୟାରେ ବାଲେଶ୍ବର ଜିଲ୍ଲା ବାହାନାଗା ରେଲ ଷ୍ଟେସନରେ ଦୁର୍ଘଟଣା। ବାହାନାଗା ରେଳ ଷ୍ଟେସନରେ ଠିଆ ହୋଇଥିବା ମାଲବାହୀ ଟ୍ରେଉ ଉପରେ ଚଢ଼ିଗଲା କରମଣ୍ଡଳ ଏକ୍ପପ୍ରେସ। ଏହି ଦୁର୍ଘଟଣାରେ ପ୍ରାୟ ୫୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ରହିଛି।

ହାୱାଡ଼ାରୁ ଚେନ୍ନାଇ ଅଭିମୁଖେ ଯାଉଥିବା କରମଣ୍ଡଳ ଏକ୍ସପ୍ରେସ୍‌ ମାଲ୍‌ବାହୀ ଟ୍ରେନ୍‌ ଉପରେ ଚଢ଼ି ଯାଇଥିଲା। ପ୍ରାୟ ୭ଟି ବଗି ଓଲଟି ପଡ଼ିଥିଲା। ଘନ ଅନ୍ଧକାର ଭିତରେ ଅନେକ ଯାତ୍ରୀ ଚାପି ହୋଇ ଚିତ୍କାର କରୁଛନ୍ତି। ସ୍ଥାନୀୟ ଲୋକେ ଯଥା ସମ୍ଭବ ଚେଷ୍ଟା କରି ଯାତ୍ରୀମାନଙ୍କୁ ଉଦ୍ଧାର କରି ମେଡ଼ିକାଲ୍‌ ନେଉଛନ୍ତି।

ଘଟଣାସ୍ଥଳରେ ଅଗ୍ନିଶମ, ଓଡ୍ରାଫ ଓ ସ୍ଥାନୀୟ ପୁଲିସ ପହଁଞ୍ଚି ଉଦ୍ଧାରକାର୍ଯ୍ୟ ଜାରି ରଖିଛନ୍ତି। ବାଲେଶ୍ୱର ଜିଲ୍ଲାପାଳ ଦତ୍ତାତ୍ରେୟ, ବାହାନଗା ତହସିଲଦାର, ଏସପି ସାଗରିକା ନାଥ ପ୍ରମୁଖ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି।। ଆମ୍ବୁଲାନ୍ସ ଦ୍ୱାରା ଆହତ ଓ ଗୁରୁତରଙ୍କୁ ଉଦ୍ଧାର କରାଯାଉଛି। ଗୋଟିଏ ଟ୍ରାକରେ ୨ଟି ଟ୍ରେନ୍ ଆସିଥିବା କୁହାଯାଉଛି। ଘଟଣାସ୍ଥଳରେ ୧୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଛି। ଅନ୍ୟପଟେ ଏମର୍ଜେନ୍ସି ନମ୍ବର ଜାରି କଲେ ଏସଆରସି। କଣ୍ଟ୍ରୋଲ ରୁମ୍ ନମ୍ବର ହେଉଛି ୬୭୮୨୨୬୨୨୮୬ ।

Leave A Reply

Your email address will not be published.