Odisha Link
Bridging the Missing Links in Odisha

ବାହାନଗା ଟ୍ରେନ୍ ଦୁର୍ଘଟଣା ନେଇ ରେଳମନ୍ତ୍ରୀଙ୍କ ସହ ଆଲୋଚନା କଲେ ନବୀନ

ଏହାପରେ ବାଲେଶ୍ବର ମେଡିକାଲରେ ପହଞ୍ଚି ଆହତଙ୍କ ଚିକିତ୍ସା କିପରି ଚାଲିଛି ତାର ସ୍ଥିତି ଅନୁଧ୍ୟାନ କରିଛନ୍ତି।

ଓଏଲ୍‌ ବ୍ୟୁରୋ: ଗତକାଲି ବାହାନଗା ଷ୍ଟେସନ ନିକଟ ଦେଇ ହାୱଡାରୁ ଚେନ୍ନାଇ ଆସୁଥିବା କରମଣ୍ଡଳ ଏକ୍ସପ୍ରେସ୍ ବାହାନଗାରରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଦୁର୍ଘଟଣା ପରେ ଅନେକ ଜୀବନ ଚାଲିଯାଇଥିବାବେଳେ ମେଡିକାଲ ବେଡ଼ରେ ମରଣ ସହ ଲଢେଇ କରୁଛନ୍ତି ଶହ ଶହ ଆହତ। ଟ୍ରେନ୍ ଦୁର୍ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ସହ ଉଦ୍ଧାର କାର୍ଯ୍ୟ ନେଇ ଆଲୋଚନା କରିଛନ୍ତି। ଏହାପରେ ବାଲେଶ୍ବର ମେଡିକାଲରେ ପହଞ୍ଚି ଆହତଙ୍କ ଚିକିତ୍ସା କିପରି ଚାଲିଛି ତାର ସ୍ଥିତି ଅନୁଧ୍ୟାନ କରିଛନ୍ତି।

ଚିକିତ୍ସାରେ ଯେମିତି କୌଣସି ଅଭାବ ନହୁଏ ସେନେଇ ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ ଏବଂ ଡାକ୍ତରୀ ଟିମ୍ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ। ଦୁର୍ଘଟଣା ବିଷୟରେ ଜାଣି ମୁଁ ମର୍ମାହତ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାସହ ସ୍ଥାନୀୟବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ନବୀନ।

ସ୍ଥାନୀୟ ଲୋକ ଉଦ୍ଧାର କାର୍ଯ୍ୟରେ ଅକ୍ଲାନ୍ତ ପରିଶ୍ରମ କରିଥିଲେ। ଯାତ୍ରୀମାନଙ୍କୁ ଉଦ୍ଧାର ସହ ହସ୍ପିଟାଲରେ ପହଞ୍ଚାଇଥିଲେ ସ୍ଥାନୀୟ ଲୋକ। ମୁଖ୍ୟମନ୍ତ୍ରୀଙ୍କ ସହ ୫ଟି ସଚିବ ଭି.କେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଅଛନ୍ତି।

ଅନ୍ୟପଟେ, ଟ୍ରେନ୍‌ ଦୁର୍ଘଟଣା ପରେ ଗତରାତିରୁ ୩୦୦୦ ୟୁନିଟରୁ ଅଧିକ ରକ୍ତ ସଂଗ୍ରହ ହୋଇଛି ବୋଲି ଏସସିବି ମେଡିକାଲ କଲେଜର ଡକ୍ଟର ଜୟନ୍ତ ପଣ୍ଡା କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ଆମେ ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ଏହାକୁ ଦାନ କରିଛୁ। ତେବେ ଏଭଳି କରୁଣ ପରିସ୍ଥିତି ବେଳେ ରକ୍ତଭାବରୁ ମୁକ୍ତି ଦେବା ପାଇଁ ଅନେକ ଲୋକ ସ୍ୱଇଚ୍ଛାରେ ରକ୍ତଦାନ କରିଥିବାରୁ ମାନବିକତାର ପରିଚୟ ଦେଲା ଭଳି ଚର୍ଚ୍ଚା ହେଉଛି।

ସୂଚନାଯୋଗ୍ୟ, ଗତକାଲି ପ୍ରାୟ ୭ଟା ୧୫ ମିନିଟ୍‌ ସମୟରେ ବାହାନଗା ଷ୍ଟେସନ ନିକଟ ଦେଇ ହାୱଡାରୁ ଚେନ୍ନାଇ ଆସୁଥିବା କରମଣ୍ଡଳ ଏକ୍ସପ୍ରେସ୍ ପାସ୍‌ କରୁଥିବା ବେଳେ କୌଣସି କାରଣରୁ ଏହା ଲାଇନ୍‌ ଚ୍ୟୁତ୍‌ ହୋଇ ପାଖରେ ଅନ୍ୟ ଲାଇନ୍‌ରେ ଠିଆ ହୋଇଥିବା ଦୁଇଟି ମାଲଗାଡ଼ି ସହ ଧକ୍କା ହୋଇଥିଲା।

ଠିକ୍‌ ଏହି ସମୟରେ ଅନ୍ୟ ଏକ ଲାଇନ୍‌ ଦେଇ ଯଶବନ୍ତପୁର-ହାୱାଡ଼ା ସୁପରଫାଷ୍ଟ ଏକ୍ସପ୍ରେସ୍‌ର ଦ୍ରୁତଗତିରେ ପାସ୍ କରୁଥିଲା। ଏହି ଟ୍ରେନ୍‌ ଲାଇନ୍‌ ଉପରେ ଦୁର୍ଘଟଣାଗ୍ରସ୍ତ କରମଣ୍ଡଳ ଏକ୍ସପ୍ରେସ୍‌ର ବଗି ପଡ଼ିବାରୁ ଯଶବନ୍ତପୁର-ହାୱାଡା ସୁପରଫାଷ୍ଟ ଏକ୍ସପ୍ରେସ୍ ମଧ୍ୟ ଦୁର୍ଘଟଣାର ଶିକାର ହୋଇଥିଲା।

Leave A Reply

Your email address will not be published.