Odisha Link
Bridging the Missing Links in Odisha

ଟ୍ରେନ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୨୮୮କୁ ବୃଦ୍ଧି, ଜୀବନ ସହ ସଂଘର୍ଷ କରୁଛନ୍ତି ଅନେକ ଆହତ

ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ ଏହି ସଂଖ୍ୟା ଆହୁରି ବୃଦ୍ଧି ହୋଇପାରେ।

ଓଏଲ୍‌ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ବାହାନଗା ଷ୍ଟେସନ ନିକଟରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୮୮କୁ ବୃଦ୍ଧି ପାଇଛି। ଏଥିସହ ୯୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଏନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ଆହତଙ୍କୁ ବାଲେଶ୍ୱର, ଭଦ୍ରକର ଓ କଟକ ବ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏସସିବିରେ ୫୩ ଭର୍ତ୍ତି ହୋଇଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ୨ ଜଣ ନାବାଳକ ଥିବା ଜଣାଯାଇଛି। ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ ଏହି ସଂଖ୍ୟା ଆହୁରି ବୃଦ୍ଧି ହୋଇପାରେ।

ସକାଳୁ ସକାଳୁ ଉଦ୍ଧାର କାର୍ଯ୍ୟ ଜୋରଦାର ହେବାକୁ ଥିବା ବେଳେ ଆହୁରି ଅନେକ ମୃତଦେହ ଉଦ୍ଧାର ହେବାର ଆଶଙ୍କା ରହିଛି। ଟ୍ରେନ ଦୁର୍ଘଟଣା ହେବା ପରେ ଗତକାଲି ରାତି ଠାରୁ ଏବେ ଯାଏଁ ଉଦ୍ଧାରକାର୍ଯ୍ୟ ଜାରି ରହିଛି। ହସ୍ପିଟାଲରେ ଆହତଙ୍କୁ ଭର୍ତ୍ତି କରାଯାଉଥିବା ବେଳେ ମୃତକଙ୍କୁ ଗୋଟିଏ ସ୍ଥାନରେ ରଖାଯାଇଛି। କିଛି ଜଣଙ୍କ ମରଶରୀରର ପକେଟରୁ ମୋବାଇଲ ଫୋନ୍ ବାଜୁଥିବାର ଦେଖିବାକୁ ମିଳିଛି। କିନ୍ତୁ ପରିବାରବର୍ଗଙ୍କୁ ମୃତ୍ୟୁ ବାବଦରେ ସୂଚନା ମିଳୁଥିବାର ଦୁଃଖଦ ଖବର ଦେଖିବାକୁ ମିଳୁଛି।

ସୂଚନାଯୋଗ୍ୟ, ଗତକାଲି ପ୍ରାୟ ୭ଟା ୧୫ ମିନିଟ୍‌ ସମୟରେ ବାହାନଗା ଷ୍ଟେସନ ନିକଟ ଦେଇ ହାୱଡାରୁ ଚେନ୍ନାଇ ଆସୁଥିବା କରମଣ୍ଡଳ ଏକ୍ସପ୍ରେସ୍ ପାସ୍‌ କରୁଥିବା ବେଳେ କୌଣସି କାରଣରୁ ଏହା ଲାଇନ୍‌ ଚ୍ୟୁତ୍‌ ହୋଇ ପାଖରେ ଅନ୍ୟ ଲାଇନ୍‌ରେ ଠିଆ ହୋଇଥିବା ଦୁଇଟି ମାଲଗାଡ଼ି ସହ ଧକ୍କା ହୋଇଥିଲା। ଠିକ୍‌ ଏହି ସମୟରେ ଅନ୍ୟ ଏକ ଲାଇନ୍‌ ଦେଇ ଯଶବନ୍ତପୁର-ହାୱାଡ଼ା ସୁପରଫାଷ୍ଟ ଏକ୍ସପ୍ରେସ୍‌ର ଦ୍ରୁତଗତିରେ ପାସ୍ କରୁଥିଲା। ଏହି ଟ୍ରେନ୍‌ ଲାଇନ୍‌ ଉପରେ ଦୁର୍ଘଟଣାଗ୍ରସ୍ତ କରମଣ୍ଡଳ ଏକ୍ସପ୍ରେସ୍‌ର ବଗି ପଡ଼ିବାରୁ ଯଶବନ୍ତପୁର-ହାୱାଡା ସୁପରଫାଷ୍ଟ ଏକ୍ସପ୍ରେସ୍ ମଧ୍ୟ ଦୁର୍ଘଟଣାର ଶିକାର ହୋଇଥିଲା।

Leave A Reply

Your email address will not be published.