Odisha Link
Bridging the Missing Links in Odisha

ବାହାନଗାର ଟ୍ରେନ୍‌ ଦୁର୍ଘଟଣା: ସ୍ଥିତି ସମୀକ୍ଷା ପାଇଁ ବାଲେଶ୍ୱରରେ ପହଁଞ୍ଚିଲେ ମମତା ବାନାର୍ଜୀ

ଏହି ଭୟଙ୍କର ଟ୍ରେନ୍‌ ଦୁର୍ଘଟଣାର ସ୍ତିତି ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ମୋଦି।

ଓଏଲ୍‌ ବ୍ୟୁରୋ: ବାହାନଗାର ଟ୍ରେନ୍‌ ଦୁର୍ଘଟଣାର ସ୍ଥିତି ସମୀକ୍ଷା କରିବା ପାଇଁ ବାଲେଶ୍ୱରରେ ପହଁଞ୍ଚିଲେ ମମତା ବାନାର୍ଜୀ। ଦୁର୍ଘଟଣା ସ୍ଥଳରେ ପହଂଚିବା ପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସ୍ଥିତି ସମୀକ୍ଷା କରିଛନ୍ତି। ବାଲେଶ୍ବର ଜିଲ୍ଲା ବାହାନଗା ଷ୍ଟେସନ ନିକଟରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ଶେଷ ହେଲା ଉଦ୍ଧାର କାର୍ଯ୍ୟ। ଏଥିସହ ୯୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଏନେଇ ରେଳ ବିଭାଗର ଅମିତାଭ ଶର୍ମା ସୂଚନା ଦେଇଛନ୍ତି।

ଅନ୍ୟପଟେ, ଦିଲ୍ଲୀରେ ଉଚ୍ଚସ୍ତରୀୟ ବୈଠକରେ ବାହନଗା ରେଳ ଦୁର୍ଘଟଣାର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ମୋଦି। ଗୃହ ମନ୍ତ୍ରୀ ଅମିତ ଶାହା ସମୀକ୍ଷା ବୈଠକରେ ସାମିଲ। ଏନଡିଆରଏଫ ଡିଜି ଏବଂ ବରିଷ୍ଠ ରେଳ ଅଧିକାରୀ ସାମିଲ ଥିବା ସୂଚନା। ଏହି ଭୟଙ୍କର ଟ୍ରେନ୍‌ ଦୁର୍ଘଟଣାର ସ୍ତିତି ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ମୋଦି। ସ୍ଥିତି ସମୀକ୍ଷା ପାଇଁ ଓଡ଼ିଶା ଆସିବେ ପିଏମ୍ ମୋଦି।

ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣା ପରେ ପରିସ୍ଥିତିକୁ ଦେଖି ଏହି ରୁଟରେ ଯିବାକୁ ଥିବା ୩୩ ଟ୍ରେନକୁ ବାତିଲ କରାଯାଇଛି। ତେବେ ବାତିଲ ହୋଇଥିବା ଟ୍ରେନ ଗୁଡିକ କେତେବେଳେ ଯାତ୍ରା ଆରମ୍ଭ କରିବ ଏନେଇ କୌଣସି ସୂଚନା ପ୍ରକାଶ ପାଇନାହିଁ।

ମର୍ମନ୍ତୁଦ ଦୁର୍ଘଟଣା ପରେ ଆହତଙ୍କୁ ଭେଟିଲେ ଦୁଇ କେନ୍ଦ୍ରମନ୍ତ୍ରୀ। ଚିକିତ୍ସାଳୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ତାଙ୍କ ସହ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ଉପସ୍ଥିତ ରହିଛନ୍ତି। ଏହା ସହ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଆହାତଙ୍କୁ ଭେଟି ଡାକ୍ତରଙ୍କ ସହ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ଥାନୀୟ ଲୋକଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ବାହାନଗା ଦୁର୍ଘଟଣାରେ ଆହତଙ୍କୁ ବାଲେଶ୍ୱର, ଭଦ୍ରକର ଓ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଉଦ୍ଧାର କାର୍ଯ୍ୟ ଶେଷ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ହୋଇପାରେ। ବାୟୁସେନା ଫୋର୍ସ ସହ ସେନା ବି ଏହି ରେସକ୍ୟୁ ଅପରେସନରେ ସାମିଲ ହୋଇଥିଲେ। ପିଏମଓ ପକ୍ଷରୁ ସେମାନଙ୍କ ସହ ଆଲୋଚନା କରାଯାଇ ରେସକ୍ୟୁ ଅପରେସନକୁ ଜୋରଦାର କରିବାକୁ କୁହାଯାଇଥିଲା।

ସୂଚନାଯୋଗ୍ୟ, ଗତକାଲି ପ୍ରାୟ ୭ଟା ୧୫ ମିନିଟ୍‌ ସମୟରେ ବାହାନଗା ଷ୍ଟେସନ ନିକଟ ଦେଇ ହାୱଡାରୁ ଚେନ୍ନାଇ ଆସୁଥିବା କରମଣ୍ଡଳ ଏକ୍ସପ୍ରେସ୍ ପାସ୍‌ କରୁଥିବା ବେଳେ କୌଣସି କାରଣରୁ ଏହା ଲାଇନ୍‌ ଚ୍ୟୁତ୍‌ ହୋଇ ପାଖରେ ଅନ୍ୟ ଲାଇନ୍‌ରେ ଠିଆ ହୋଇଥିବା ଦୁଇଟି ମାଲଗାଡ଼ି ସହ ଧକ୍କା ହୋଇଥିଲା। ଠିକ୍‌ ଏହି ସମୟରେ ଅନ୍ୟ ଏକ ଲାଇନ୍‌ ଦେଇ ଯଶବନ୍ତପୁର-ହାୱାଡ଼ା ସୁପରଫାଷ୍ଟ ଏକ୍ସପ୍ରେସ୍‌ର ଦ୍ରୁତଗତିରେ ପାସ୍ କରୁଥିଲା। ଏହି ଟ୍ରେନ୍‌ ଲାଇନ୍‌ ଉପରେ ଦୁର୍ଘଟଣାଗ୍ରସ୍ତ କରମଣ୍ଡଳ ଏକ୍ସପ୍ରେସ୍‌ର ବଗି ପଡ଼ିବାରୁ ଯଶବନ୍ତପୁର-ହାୱାଡା ସୁପରଫାଷ୍ଟ ଏକ୍ସପ୍ରେସ୍ ମଧ୍ୟ ଦୁର୍ଘଟଣାର ଶିକାର ହୋଇଥିଲା।

Leave A Reply

Your email address will not be published.