Odisha Link
Bridging the Missing Links in Odisha

ବାଲେଶ୍ୱର ମେଡିକାଲରେ ଦୁର୍ଘଟଣାର ସ୍ଥିତି ସମୀକ୍ଷା କରୁଛନ୍ତି ମୋଦି

ପ୍ରଧାନମନ୍ତ୍ରୀଙ୍କୁ ଘଟଣା ବାବଦରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଅବଗତ କରାଇଥିବା ବେଳେ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଥିଲେ।

ଓଏଲ୍‌ ବ୍ୟୁରୋ: ବାହାନଗାର ଟ୍ରେନ୍‌ ଦୁର୍ଘଟଣାକୁ ନେଇ ସ୍ଥିତି ସମୀକ୍ଷା କରିବା ପାଇଁ ବାଲେଶ୍ୱରରେ ପହଁଞ୍ଚିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତିର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ମୋଦୀ। ପ୍ରଧାନମନ୍ତ୍ରୀଙ୍କୁ ଘଟଣା ବାବଦରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଅବଗତ କରାଇଥିବା ବେଳେ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଥିଲେ।

ପ୍ରଧାନମନ୍ତ୍ରୀ ସ୍ଥିତି ଅନୁଧ୍ୟାନ ପରେ ବାଲେଶ୍ୱର ମେଡିକାଲ ଅଭିମୁଖେ ଯାତ୍ରା କରିଥିଲେ। ସେଠାରେ ସେ ଆହତଙ୍କୁ ଭେଟିଛନ୍ତି। ପରେ କଟକ ଆସି ସେଠାରେ ଆହତଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ହେଲେ ଏନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ। ଏହି ଦୁର୍ଘଟଣାରେ ୨୬୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଆହତ ହୋଇଛନ୍ତି। ବିଭିନ୍ନ ଡାକ୍ତରଖାନାରେ ଆହତଙ୍କ ଚିକିତ୍ସା ଜାରିରହିଛି। ଦୁର୍ଘଟଣାସ୍ଥଳ ଅନୁଧ୍ୟାନ ପରେ ପୁଣି କଲେଇକୁଣ୍ଡା ଫେରିଯିବେ ମୋଦି।

ବାଲେଶ୍ବର ଜିଲ୍ଲା ବାହାନଗା ଷ୍ଟେସନ ନିକଟରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ଶେଷ ହୋଇଛି ଉଦ୍ଧାର କାର୍ଯ୍ୟ। ଏଥିସହ ୯୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣା ପରେ ପରିସ୍ଥିତିକୁ ଦେଖି ଏହି ରୁଟରେ ଯିବାକୁ ଥିବା ୩୩ ଟ୍ରେନକୁ ବାତିଲ କରାଯାଇଛି। ତେବେ ବାତିଲ ହୋଇଥିବା ଟ୍ରେନ ଗୁଡିକ କେତେବେଳେ ଯାତ୍ରା ଆରମ୍ଭ କରିବ ଏନେଇ କୌଣସି ସୂଚନା ପ୍ରକାଶ ପାଇନାହିଁ।

ସୂଚନାଯୋଗ୍ୟ, ଗତକାଲି ପ୍ରାୟ ୭ଟା ୧୫ ମିନିଟ୍‌ ସମୟରେ ବାହାନଗା ଷ୍ଟେସନ ନିକଟ ଦେଇ ହାୱଡାରୁ ଚେନ୍ନାଇ ଆସୁଥିବା କରମଣ୍ଡଳ ଏକ୍ସପ୍ରେସ୍ ପାସ୍‌ କରୁଥିବା ବେଳେ କୌଣସି କାରଣରୁ ଏହା ଲାଇନ୍‌ ଚ୍ୟୁତ୍‌ ହୋଇ ପାଖରେ ଅନ୍ୟ ଲାଇନ୍‌ରେ ଠିଆ ହୋଇଥିବା ଦୁଇଟି ମାଲଗାଡ଼ି ସହ ଧକ୍କା ହୋଇଥିଲା।

ଠିକ୍‌ ଏହି ସମୟରେ ଅନ୍ୟ ଏକ ଲାଇନ୍‌ ଦେଇ ଯଶବନ୍ତପୁର-ହାୱାଡ଼ା ସୁପରଫାଷ୍ଟ ଏକ୍ସପ୍ରେସ୍‌ର ଦ୍ରୁତଗତିରେ ପାସ୍ କରୁଥିଲା। ଏହି ଟ୍ରେନ୍‌ ଲାଇନ୍‌ ଉପରେ ଦୁର୍ଘଟଣାଗ୍ରସ୍ତ କରମଣ୍ଡଳ ଏକ୍ସପ୍ରେସ୍‌ର ବଗି ପଡ଼ିବାରୁ ଯଶବନ୍ତପୁର-ହାୱାଡା ସୁପରଫାଷ୍ଟ ଏକ୍ସପ୍ରେସ୍ ମଧ୍ୟ ଦୁର୍ଘଟଣାର ଶିକାର ହୋଇଥିଲା।

Leave A Reply

Your email address will not be published.