Odisha Link
Bridging the Missing Links in Odisha

ସକାଳେ ଦୁର୍ଘଟଣା ସ୍ଥଳକୁ ଯିବେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ବାହାନଗା ନିକଟରେ ଭୟଙ୍କର ଦୁର୍ଘଟଣା। ଦୁଇଟି ଏକ୍ସପ୍ରେସ୍‌ ଧକ୍କା ହେବାରୁ ୫୦ରୁ ଉର୍ଦ୍ଧ୍ବ ଜୀବନ ଚାଲିଯାଇଥିବା ବେଳେ ୪୦୦ରୁ ଅଧିକ ଆହତ ହୋଇଥିବା ସୂଚନା ରହିଛି। ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ ଏହି ସଂଖ୍ୟା ଆହୁରି ବୃଦ୍ଧି ହୋଇପାରେ। କରମଣ୍ଡଳ ଏକ୍ସପ୍ରେସ ଓ ଯଶୱନ୍ତପୁର-ହାୱଡ଼ା ଏକ୍ସପ୍ରେସ ପରସ୍ପର ଭିତରେ ଧକ୍କା ହୋଇଥିବା ସୂଚନା ମିଳିଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରସ୍ଥିତ ଏସଆରସି ଅଫିସରେ ସ୍ଥିତିର ସମୀକ୍ଷା କରିବା ପରେ ଆଜି ସକାଳୁ ଦୁର୍ଘଟଣାସ୍ଥଳକୁ ଯିବେ ବୋଲି ସୂଚନା ଦେଇଥିବାବେଳେ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଓ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କୁ ଘଟଣାସ୍ଥଳକୁ ପଠାଇଛନ୍ତି।

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗୋଆରୁ ଦୁର୍ଘଟଣାସ୍ଥଳୀ ଅଭିମୁଖେ ଆସୁଥିବା ଜଣାପଡ଼ିଛି। କେନ୍ଦ୍ର ରେଳମନ୍ତ୍ରୀ ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୧୦ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଥିବାବେଳେ ଗୁରୁତରଙ୍କୁ ୨ଲକ୍ଷ ଟଙ୍କା ଓ ସାମାନ୍ୟ ଆହତଙ୍କୁ ୫୦ହଜାର ଟଙ୍କା ସହାୟତା ମିଳିବ ବୋଲି ସୂଚନା ଦେଇଛନ୍ତି । ଏହି ଦୁର୍ଘଟଣା ଯୋଗୁ ଉକ୍ତ ମାର୍ଗରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି ଓ ଅଧିକାଂଶ ଟ୍ରେନ ଚଳାଚଳକୁ ବାତିଲ କରାଯାଇଛି।

Leave A Reply

Your email address will not be published.