Odisha Link
Bridging the Missing Links in Odisha

ଶେଷ ହେଲା ବାଲେଶ୍ବର ଟ୍ରେନ୍‌ ଦୁର୍ଘଟଣାର ରେସକ୍ୟୁ ଅପରେସନ: ଅମିତାଭ ଶର୍ମା

ଗତକାଲି ଘଟିଥିବା ଏହି ଭୟଙ୍କର ଟ୍ରେନ୍‌ ଦୁର୍ଘଟଣାର ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ମୋଦି।

ଓଏଲ୍‌ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ବାହାନଗା ଷ୍ଟେସନ ନିକଟରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ଶେଷ ହେଲା ଉଦ୍ଧାର କାର୍ଯ୍ୟ। ଏଥିସହ ୯୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଏନେଇ ରେଳ ବିଭାଗର ଅମିତାଭ ଶର୍ମା ସୂଚନା ଦେଇଛନ୍ତି। ଗତକାଲି ଘଟିଥିବା ଏହି ଭୟଙ୍କର ଟ୍ରେନ୍‌ ଦୁର୍ଘଟଣାର ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ମୋଦି। ସ୍ଥିତି ସମୀକ୍ଷା ପାଇଁ ଓଡ଼ିଶା ଆସିବେ ପିଏମ୍ ମୋଦି। ଏଥିନିମନ୍ତେ ମୋଦି ଆଜି ଜରୁରୀ ବୈଠକ ଡାକିଛନ୍ତି। କିପରି ଏହି ଟ୍ରେନ୍‌ ଦୁର୍ଘଟଣା ହେଲା, କାହାର ତ୍ରୁଟି ଯୋଗୁ ଅକାଳରେ ଏତେ ଜୀବନ ଚାଲିଗଲା ତାହାର ତର୍ଜମା କରିବେ ପ୍ରଧାନମନ୍ତ୍ରୀ। ଆଜି ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଭିଡିଓ କନଫରେନ୍ସିଂ ଜରିଆରେ ଉପସ୍ଥିତ ରହିବେ।

ବାହାନଗା ଦୁର୍ଘଟଣାରେ ଆହତଙ୍କୁ ବାଲେଶ୍ୱର, ଭଦ୍ରକର ଓ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଉଦ୍ଧାର କାର୍ଯ୍ୟ ଶେଷ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ହୋଇପାରେ। ବାୟୁସେନା ଫୋର୍ସ ସହ ସେନା ବି ଏହି ରେସକ୍ୟୁ ଅପରେସନରେ ସାମିଲ ହୋଇଥିଲେ। ପିଏମଓ ପକ୍ଷରୁ ସେମାନଙ୍କ ସହ ଆଲୋଚନା କରାଯାଇ ରେସକ୍ୟୁ ଅପରେସନକୁ ଜୋରଦାର କରିବାକୁ କୁହାଯାଇଥିଲା। ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଆହାତଙ୍କୁ ଭେଟି ଡାକ୍ତରଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ଥାନୀୟ ଲୋକଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଅନ୍ୟପଟେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓଡିଶା ଆସି ସ୍ଥିତି ସମୀକ୍ଷା କରିବାର ସୂଚନା ରହିଛି। ଏହା ସହ ଓଡ଼ିଶା ଆସୁଛନ୍ତି ତାମିଲନାଡ଼ୁର ୩ ମନ୍ତ୍ରୀ। ଚେନ୍ନାଇ ବିମାନବନ୍ଦରରୁ ବାହାରିଲେ ୩ ମନ୍ତ୍ରୀ। ବାହାନଗା ଘଟଣାସ୍ଥଳରେ ସ୍ଥିତି ସମୀକ୍ଷା କରିବେ ୩ ମନ୍ତ୍ରୀ। ଟ୍ରେନ ଦୁର୍ଘଟଣା ହେବା ପରେ ଗତକାଲି ରାତି ଠାରୁ ଏବେ ଯାଏଁ ଉଦ୍ଧାରକାର୍ଯ୍ୟ ଜାରି ରହିଥିଲା। ହସ୍ପିଟାଲରେ ଆହତଙ୍କୁ ଭର୍ତ୍ତି କରାଯାଉଥିବା ବେଳେ ମୃତକଙ୍କୁ ଗୋଟିଏ ସ୍ଥାନରେ ରଖାଯାଇଛି। କିଛି ଜଣଙ୍କ ମରଶରୀରର ପକେଟରୁ ମୋବାଇଲ ଫୋନ୍ ବାଜୁଥିବାର ଦେଖିବାକୁ ମିଳିଛି। କିନ୍ତୁ ପରିବାରବର୍ଗଙ୍କୁ ମୃତ୍ୟୁ ବାବଦରେ ସୂଚନା ମିଳୁଥିବାର ଦୁଃଖଦ ଖବର ଦେଖିବାକୁ ମିଳୁଛି।

ସୂଚନାଯୋଗ୍ୟ, ଗତକାଲି ପ୍ରାୟ ୭ଟା ୧୫ ମିନିଟ୍‌ ସମୟରେ ବାହାନଗା ଷ୍ଟେସନ ନିକଟ ଦେଇ ହାୱଡାରୁ ଚେନ୍ନାଇ ଆସୁଥିବା କରମଣ୍ଡଳ ଏକ୍ସପ୍ରେସ୍ ପାସ୍‌ କରୁଥିବା ବେଳେ କୌଣସି କାରଣରୁ ଏହା ଲାଇନ୍‌ ଚ୍ୟୁତ୍‌ ହୋଇ ପାଖରେ ଅନ୍ୟ ଲାଇନ୍‌ରେ ଠିଆ ହୋଇଥିବା ଦୁଇଟି ମାଲଗାଡ଼ି ସହ ଧକ୍କା ହୋଇଥିଲା। ଠିକ୍‌ ଏହି ସମୟରେ ଅନ୍ୟ ଏକ ଲାଇନ୍‌ ଦେଇ ଯଶବନ୍ତପୁର-ହାୱାଡ଼ା ସୁପରଫାଷ୍ଟ ଏକ୍ସପ୍ରେସ୍‌ର ଦ୍ରୁତଗତିରେ ପାସ୍ କରୁଥିଲା। ଏହି ଟ୍ରେନ୍‌ ଲାଇନ୍‌ ଉପରେ ଦୁର୍ଘଟଣାଗ୍ରସ୍ତ କରମଣ୍ଡଳ ଏକ୍ସପ୍ରେସ୍‌ର ବଗି ପଡ଼ିବାରୁ ଯଶବନ୍ତପୁର-ହାୱାଡା ସୁପରଫାଷ୍ଟ ଏକ୍ସପ୍ରେସ୍ ମଧ୍ୟ ଦୁର୍ଘଟଣାର ଶିକାର ହୋଇଥିଲା।

Leave A Reply

Your email address will not be published.