Odisha Link
Bridging the Missing Links in Odisha

ଆଜି କଳିଙ୍ଗ ଷ୍ଟାଡିୟମରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ, ୧୨୦୫ ଜଣ ନବନିଯୁକ୍ତ ଡାକ୍ତରଙ୍କୁ ମିଳିବ ନିଯୁକ୍ତି ପତ୍ର

ଏଥିପାଇଁ ସନ୍ଧ୍ୟାରେ କଳିଙ୍ଗ ଷ୍ଟାଡିୟମରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହେବ।

ଓଏଲ୍‌ ବ୍ୟୁରୋ: ଆଜି ସନ୍ଧ୍ୟାରେ ଭୁବନେଶ୍ବର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ରାଜ୍ୟ ଡାକ୍ତରୀ ଓ ସ୍ୱାସ୍ଥ୍ୟସେବା କ୍ୟାଡରରେ ନୂତନ ଭାବେ ନିଯୁକ୍ତ ୧୨୦୫ ଡାକ୍ତରଙ୍କ ପାଇଁ ଆୟୋଜିତ ନିଯୁକ୍ତି ପର୍ବର ଶୁଭାରମ୍ଭ ହେବ। ରାଜ୍ୟରେ ନିଯୁକ୍ତ ହେବେ ନୂଆ ଏଲୋପାଥି ମେଡିକାଲ ଅଫିସର। ଆଜି ୧୨୦୫ ଜଣ ନବ ନିଯୁକ୍ତ ଡାକ୍ତରଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିପାଇଁ ସନ୍ଧ୍ୟାରେ କଳିଙ୍ଗ ଷ୍ଟାଡିୟମରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହେବ।

ପ୍ରଥମେ କରମଣ୍ଡଳ ଦୁର୍ଘଟଣାରେ ମୃତକଙ୍କ ଆତ୍ମା ସଗଦତି ପାଇଁ ଏକ ମିନିଟ ନିରବ ପ୍ରାର୍ଥନା କରାଯିବ। ପରେ ନବ ନିଯୁକ୍ତ ମେଡିକାଲ ଅଫିସରଙ୍କୁ ନିଯୁକ୍ତି ପତ୍ର ସହିତ ଷ୍ଟେଥୋସ୍କୋପ ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ। ୧୦ ବର୍ଷରେ ରାଜ୍ୟରେ ପ୍ରତିଷ୍ଠା ହୋଇଛି ୮ଟି ସରକାରୀ ମେଡିକାଲ କଲେଜ ଏବଂ ୨ଟି ପିଜି ଇନଷ୍ଟିଚ୍ୟୁଟ। ତେବେ ସ୍ୱାସ୍ଥ୍ୟ କ୍ଷେତ୍ରରେ ସୁଧାର ଆଣିବା ପାଇଁ ଏଭଳି ପଦକ୍ଷେପ ନିଆଯାଇଛି।

Leave A Reply

Your email address will not be published.