Odisha Link
Bridging the Missing Links in Odisha

ରେଳ ଦୁର୍ଘଟଣାର ଚୂଡ଼ାନ୍ତ ମୃତ୍ୟୁ ସଂଖ୍ୟା ୨୮୮: ମୁଖ୍ୟ ଶାସନ ସଚିବ

ଓଏଲ୍‌ ବ୍ୟୁରୋ: ଗତ ଶୁକ୍ରବାର ବାହାନଗାରେ ଘଟିଥିବା ଛାତିଥରା ରେଳ ଦୁର୍ଘଟଣା ଖବର ସାରା ବିଶ୍ୱବାସୀଙ୍କୁ ମର୍ମାହତ କରିଥିଲା। ରେଳ ଦୁର୍ଘଟଣା ପରେ ଅନେକ ଯାତ୍ରୀ ନିଜର ଜୀବନ ହରାଇଥିବାବେଳେ ଅନେକ ଗୁରୁତର ଭାବେ ଆହତ ହୋଇ ମେଡିକାଲ ବେଡ଼ରେ ନିଜ ଜୀବନ ସହ ସଂଘର୍ଷ କରୁଛନ୍ତି।

ଯେଉଁଥିରେ ୨୭୫ ଜଣ ପ୍ରାଣ ହରାଇଥିବା କୁହାଯାଉଥିବାବେଳେ ଏନେଇ ସ୍ପଷ୍ଟ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ସମସ୍ତ ପ୍ରକାର ଯାଞ୍ଚ ପରେ ଚୂଡ଼ାନ୍ତ ମୃତ୍ୟୁ ସଂଖ୍ୟା ୨୮୮ ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ। ମୄତ୍ୟୁ ସଂଖ୍ୟା ୨୮୮ ନେଇ ସ୍ପଷ୍ଟ କରିଛନ୍ତି ମୁଖ୍ୟ ଶାସନ ସଚିବ।

ସୂଚନା ଅନୁସାରେ, ବାହାନଗା ଷ୍ଟେସନ ନିକଟ ଦେଇ ହାୱଡାରୁ ଚେନ୍ନାଇ ଆସୁଥିବା କରମଣ୍ଡଳ ଏକ୍ସପ୍ରେସ୍ ପାସ୍‌ କରୁଥିବା ବେଳେ କୌଣସି କାରଣରୁ ଏହା ଲାଇନ୍‌ ଚ୍ୟୁତ୍‌ ହୋଇ ପାଖରେ ଅନ୍ୟ ଲାଇନ୍‌ରେ ଠିଆ ହୋଇଥିବା ଦୁଇଟି ମାଲଗାଡ଼ି ସହ ଧକ୍କା ହୋଇଥିଲା। ଠିକ୍‌ ଏହି ସମୟରେ ଅନ୍ୟ ଏକ ଲାଇନ୍‌ ଦେଇ ଯଶବନ୍ତପୁର-ହାୱାଡ଼ା ସୁପରଫାଷ୍ଟ ଏକ୍ସପ୍ରେସ୍‌ର ଦ୍ରୁତଗତିରେ ପାସ୍ କରୁଥିଲା।

ଏହି ଟ୍ରେନ୍‌ ଲାଇନ୍‌ ଉପରେ ଦୁର୍ଘଟଣାଗ୍ରସ୍ତ କରମଣ୍ଡଳ ଏକ୍ସପ୍ରେସ୍‌ର ବଗି ପଡ଼ିବାରୁ ଯଶବନ୍ତପୁର-ହାୱାଡା ସୁପରଫାଷ୍ଟ ଏକ୍ସପ୍ରେସ୍ ମଧ୍ୟ ଦୁର୍ଘଟଣାର ଶିକାର ହୋଇଥିଲା। ଏହି ଛାତିଥରା ରେଳ ଦୁର୍ଘଟଣା ଖବର ସାରା ବିଶ୍ୱବାସୀଙ୍କୁ ମର୍ମାହତ କରିଥିଲା। ଦୁର୍ଘଟଣାରେ ଅନେକ ଜୀବନ ଚାଲିଯାଇଥିବାବେଳେ ଅନେକ ଗୁରୁତର ଭାବେ ଆହତ ହୋଇ ମେଡିକାଲ ବେଡ଼ରେ ନିଜ ଜୀବନ ସହ ସଂଘର୍ଷ କରୁଛନ୍ତି।

Leave A Reply

Your email address will not be published.