Odisha Link
Bridging the Missing Links in Odisha

ପୁଣିଥରେ ଓଡ଼ିଶା ଆସିଛନ୍ତି ମମତା ବାନାର୍ଜୀ, ଆହତଙ୍କୁ ଭେଟିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

କଟକ ଅଭିମୁଖେ ଯାତ୍ରା କରି ରେଭେନ୍ସା ହେଲିପ୍ୟାଡ଼ରେ ପହଂଚିଛନ୍ତି।

ଓଏଲ୍‌ ବ୍ୟୁରୋ: ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଭୁବନେଶ୍ୱରରେ ପହଞ୍ଚିଥିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ବିମାନବନ୍ଦରରୁ ସିଧାସଳଖ ଆହତ ଯାତ୍ରୀଙ୍କୁ କଟକ ଏସସିବି ଓ ଭୁବନେଶ୍ୱର ଏମ୍ସରେ ଭେଟିବେ ମମତା ବାନାର୍ଜୀ। ଏଥିପାଇଁ ସେ କଟକ ଅଭିମୁଖେ ଯାତ୍ରା କରି ରେଭେନ୍ସା ହେଲିପ୍ୟାଡ଼ରେ ପହଂଚିଛନ୍ତି।

ସୂଚନା ଅନୁସାରେ, ଗତ ଶୁକ୍ରବାର ଅର୍ଥାତ ଜୁନ୍‌ ୨ ଠିକ୍‌ ସନ୍ଧ୍ୟା ସମୟରେ ବାଲେଶ୍ବର ଜିଲ୍ଲା ବାହାନଗା ବଜାର ଷ୍ଟେସନ ନିକଟରେ ଘଟିଥିଲା ଭୟଙ୍କର ଦୁର୍ଘଟଣା। ଯେଉଁଥିରେ ୨୭୫ ଜଣ ପ୍ରାଣ ହରାଇଥିବା ବେଳେ ହଜାରରୁ ଅଧିକ ଲୋକ ଆହତ ହୋଇଥିଲେ। ଏହି ଭୟଙ୍କର ଦୁର୍ଘଟଣା ଖବର ସାରା ବିଶ୍ୱବାସୀଙ୍କ ମନକୁ ଆନ୍ଦୋଳିତ କରିଦେଇଛି।

ବାହାନଗା ଷ୍ଟେସନ ନିକଟ ଦେଇ ହାୱଡାରୁ ଚେନ୍ନାଇ ଆସୁଥିବା କରମଣ୍ଡଳ ଏକ୍ସପ୍ରେସ୍ ପାସ୍‌ କରୁଥିବା ବେଳେ କୌଣସି କାରଣରୁ ଏହା ଲାଇନ୍‌ ଚ୍ୟୁତ୍‌ ହୋଇ ପାଖରେ ଅନ୍ୟ ଲାଇନ୍‌ରେ ଠିଆ ହୋଇଥିବା ଦୁଇଟି ମାଲଗାଡ଼ି ସହ ଧକ୍କା ହୋଇଥିଲା। ଠିକ୍‌ ଏହି ସମୟରେ ଅନ୍ୟ ଏକ ଲାଇନ୍‌ ଦେଇ ଯଶବନ୍ତପୁର-ହାୱାଡ଼ା ସୁପରଫାଷ୍ଟ ଏକ୍ସପ୍ରେସ୍‌ର ଦ୍ରୁତଗତିରେ ପାସ୍ କରୁଥିଲା।

ଏହି ଟ୍ରେନ୍‌ ଲାଇନ୍‌ ଉପରେ ଦୁର୍ଘଟଣାଗ୍ରସ୍ତ କରମଣ୍ଡଳ ଏକ୍ସପ୍ରେସ୍‌ର ବଗି ପଡ଼ିବାରୁ ଯଶବନ୍ତପୁର-ହାୱାଡା ସୁପରଫାଷ୍ଟ ଏକ୍ସପ୍ରେସ୍ ମଧ୍ୟ ଦୁର୍ଘଟଣାର ଶିକାର ହୋଇଥିଲା। ଏହି ଛାତିଥରା ରେଳ ଦୁର୍ଘଟଣା ଖବର ସାରା ବିଶ୍ୱବାସୀଙ୍କୁ ମର୍ମାହତ କରିଥିଲା। ଦୁର୍ଘଟଣାରେ ଅନେକ ଜୀବନ ଚାଲିଯାଇଥିବାବେଳେ ଅନେକ ଗୁରୁତର ଭାବେ ଆହତ ହୋଇ ମେଡିକାଲ ବେଡ଼ରେ ନିଜ ଜୀବନ ସହ ସଂଘର୍ଷ କରୁଛନ୍ତି।

Leave A Reply

Your email address will not be published.