Odisha Link
Bridging the Missing Links in Odisha

‘ବାହାନଗା ରେଳ ଦୁର୍ଘଟଣା ପରେ ବିହାରର ୮୮ ଯାତ୍ରୀଙ୍କ ମିଳୁନି ପତ୍ତା’

ଏମ୍ସରେ ଆରମ୍ଭ ହୋଇଛି ଡିଏନ୍‌ଏ ଟେଷ୍ଟ ପ୍ରକ୍ରିୟା।

ଓଏଲ୍‌ ବ୍ୟୁରୋ: ଗତ ଶୁକ୍ରବାର ଅର୍ଥାତ ଜୁନ୍‌ ୨ ଠିକ୍‌ ସନ୍ଧ୍ୟା ସମୟରେ ବାଲେଶ୍ବର ଜିଲ୍ଲା ବାହାନଗା ବଜାର ଷ୍ଟେସନ ନିକଟରେ ଘଟିଥିଲା ଭୟଙ୍କର ଦୁର୍ଘଟଣା। ଯେଉଁଥିରେ ୨୮୮ ଜଣ ପ୍ରାଣ ହରାଇଥିବା ବେଳେ ହଜାରରୁ ଅଧିକ ଲୋକ ଆହତ ହୋଇଥିଲେ। ଏହି ଭୟଙ୍କର ଦୁର୍ଘଟଣା ଖବର ସାରା ବିଶ୍ୱବାସୀଙ୍କ ମନକୁ ଆନ୍ଦୋଳିତ କରିଦେଇଛି। ବର୍ତମାନ ସୁଦ୍ଧା ଅନେକ ମୃତଦେହ ଚିହ୍ନଟ ହୋଇନଥିବାବେଳେ ମୃତଦେହ ଚିହ୍ନଟ ପାଇଁ ଏମ୍ସରେ ଆରମ୍ଭ ହୋଇଛି ଡିଏନ୍‌ଏ ଟେଷ୍ଟ ପ୍ରକ୍ରିୟା।

ଅନ୍ୟପଟେ, ବିହାରର ୮୮ ଯାତ୍ରୀଙ୍କ ପତ୍ତା ମିଳୁନଥିବା ଅଭିଯୋଗ ଆଣିଛନ୍ତି ବିହାରର ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ବିହାରର ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ କହିଛନ୍ତି ବାହାନଗା ରେଳ ଦୁର୍ଘଟଣାରେ ବିହାରର ୪୩ ମୃତ, ୪୪ ଜଣ ଆହତ। ତେବେ ଆଉ ୮୮ ଯାତ୍ରୀଙ୍କ ପତ୍ତା ମିଳୁ ନଥିବା ଅଭିଯୋଗ କରିଛନ୍ତି ବିହାରର ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ।

ଖବର ଅନୁସାରେ, ବାହାନଗା ଷ୍ଟେସନ ନିକଟ ଦେଇ ହାୱଡାରୁ ଚେନ୍ନାଇ ଆସୁଥିବା କରମଣ୍ଡଳ ଏକ୍ସପ୍ରେସ୍ ପାସ୍‌ କରୁଥିବା ବେଳେ କୌଣସି କାରଣରୁ ଏହା ଲାଇନ୍‌ ଚ୍ୟୁତ୍‌ ହୋଇ ପାଖରେ ଅନ୍ୟ ଲାଇନ୍‌ରେ ଠିଆ ହୋଇଥିବା ଦୁଇଟି ମାଲଗାଡ଼ି ସହ ଧକ୍କା ହୋଇଥିଲା। ଠିକ୍‌ ଏହି ସମୟରେ ଅନ୍ୟ ଏକ ଲାଇନ୍‌ ଦେଇ ଯଶବନ୍ତପୁର-ହାୱାଡ଼ା ସୁପରଫାଷ୍ଟ ଏକ୍ସପ୍ରେସ୍‌ର ଦ୍ରୁତଗତିରେ ପାସ୍ କରୁଥିଲା।

ଏହି ଟ୍ରେନ୍‌ ଲାଇନ୍‌ ଉପରେ ଦୁର୍ଘଟଣାଗ୍ରସ୍ତ କରମଣ୍ଡଳ ଏକ୍ସପ୍ରେସ୍‌ର ବଗି ପଡ଼ିବାରୁ ଯଶବନ୍ତପୁର-ହାୱାଡା ସୁପରଫାଷ୍ଟ ଏକ୍ସପ୍ରେସ୍ ମଧ୍ୟ ଦୁର୍ଘଟଣାର ଶିକାର ହୋଇଥିଲା। ଏହି ଛାତିଥରା ରେଳ ଦୁର୍ଘଟଣା ଖବର ସାରା ବିଶ୍ୱବାସୀଙ୍କୁ ମର୍ମାହତ କରିଥିଲା। ଦୁର୍ଘଟଣାରେ ଅନେକ ଜୀବନ ଚାଲିଯାଇଥିବାବେଳେ ଅନେକ ଗୁରୁତର ଭାବେ ଆହତ ହୋଇ ମେଡିକାଲ ବେଡ଼ରେ ନିଜ ଜୀବନ ସହ ସଂଘର୍ଷ କରୁଛନ୍ତି।

Leave A Reply

Your email address will not be published.