Odisha Link
Bridging the Missing Links in Odisha

ଆଗାମୀ ୪୮ ଘଣ୍ଟା ମଧ୍ୟରେ କେରଳ ଛୁଇଁପାରେ ମୌସୁମୀ: ଭାରତୀୟ ପାଣିପାଗ ବିଭାଗ

ଆଗାମୀ ୨୪ ଘଣ୍ଟା ମଧ୍ୟରେ କେରଳ ଛୁଇଁବ ତେବେ ଚାଷକାର୍ଯ୍ୟ ଖୁବଶୀଘ୍ର ଆରମ୍ଭ ହେବ।

ଓଏଲ୍‌ ବ୍ୟୁରୋ: ଆଗାମୀ ୪୮ ଘଣ୍ଟା ମଧ୍ୟରେ କେରଳ ଛୁଇଁପାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ପାଗ ସମ୍ପୂର୍ଣ୍ଣ ଅନୁକୂଳ ଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି। ପୁର୍ବରୁ, ଜୁନ୍‌ ୪ ତାରିଖ ସୁଦ୍ଧା ମୌସୁମୀ କେରଳ ଛୁଇଁପାରେ ବୋଲି କୁହାଯାଉଥିଲା। ମୌସୁମୀ ସବଳ ହେଲେ ୪ ସୁଦ୍ଧା କେରଳ ଛୁଇଁବା ସମ୍ଭାବନା ଥିଲା।

ଦେଶରେ ଚାଷୀ ଭାଇମାନେ ବିଶେଷ ଭାବେ ମୌସୁମୀ ଉପରେ ନିର୍ଭର କରି ଚାଷକାର୍ଯ୍ୟ ଆରମ୍ଭ କରିଥାନ୍ତି। ତେଣୁ ମୌସୁମୀ ପହଂଚିବା ପରେ ଯାଇ ଚାଷୀ ଭାଇମାନେ ସେମାନଙ୍କ କାର୍ଯ୍ୟ ଆରମ୍ଭ କରିବାକୁ ପ୍ରସ୍ତୁତ ହୋଇଥାନ୍ତି। ପାଣିପାଗ ବିଭାଗର ପୂର୍ବନାନୁମାନ ମୁତାବକ ଯଦି ମୌସୁମୀ ଆଗାମୀ ୨୪ ଘଣ୍ଟା ମଧ୍ୟରେ କେରଳ ଛୁଇଁବ ତେବେ ଚାଷକାର୍ଯ୍ୟ ଖୁବଶୀଘ୍ର ଆରମ୍ଭ ହେବ।

Leave A Reply

Your email address will not be published.