Odisha Link
Bridging the Missing Links in Odisha

ଗିରଫ ହେଲେ ସୁନ୍ଦରଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ

ଏକକାଳୀନ ୭ଟି ସ୍ଥାନରେ ଚଢାଉ ହୋଇଥିଲା

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ କରିଥିଲା ଭିଜିଲାନ୍ସ। ଭିଜିଲାନ୍ସ ଜାଲରେ ପଡିଥିବା ସରକାରୀ ବାବୁ ହେଲେ ସୁନ୍ଦରଗଡ ଅତିରିକ୍ତ ନିର୍ବାହୀଯନ୍ତ୍ରୀ ସଂଜୟ କୁମାର ବେହେରା। ପ୍ରକୃତ ଆୟଠାରୁ ୩୩% ଅଧିକ ସମ୍ପତ୍ତି ଠୁଳ କରିଥିବାରୁ ସୁନ୍ଦରଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ସଞ୍ଜୟ ବେହେରାଙ୍କୁ ଗିରଫ କଲା ଭିଜିଲାନ୍ସ।

ଖବର ଅନୁସାରେ, ସୁନ୍ଦରଗଡ ହେମଗିରି ଗ୍ରାମ୍ୟ ଉନ୍ନୟନ ବିଭାଗର ଅତିରିକ୍ତ ନିର୍ବାହୀଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଥିଲା। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ସଂଜୟ କୁମାର ବେହେରାଙ୍କ ଘରେ ଚଢାଉ ହୋଇଥିଲା। ଏକକାଳୀନ ୭ଟି ସ୍ଥାନରେ ଚଢାଉ ହୋଇଥିଲା। ତେବେ ଏହି ରେଡରେ ୪ଜଣ ଡିଏସପି, ୧୦ଜଣ ଇନ୍ସପେକ୍ଟର, ୪ଜଣ ଏଏସଆଇ ସାମିଲ ଥିଲେ।

Leave A Reply

Your email address will not be published.