Odisha Link
Bridging the Missing Links in Odisha

ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇ ନଥିଲେ ସାବଧାନ, ଗଣିବେ ତଣ୍ଡ

ନମ୍ବର ପ୍ଲେଟ ଲାଗିନଥିବା ଗାଡ଼ି ଗୁଡ଼ିକଠାରୁ ଜରିମାନା ଆଦାୟ ହେବ।

ଓଏଲ୍‌ ବ୍ୟୁରୋ: ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ନଲଗାଇଥିବା ଚାଳକଙ୍କୁ ପୁଣି ଚେତାବନୀ। ଗାଡ଼ିରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ ଲାଗିନଥିଲେ ଗାଡି ଚାଳକ ଗଣିବେ ତଣ୍ଡ। ଜୁନ୍ ୨୩ ତାରିଖରୁ ଏନେଇ ସ୍ପେଶାଲ ଡ୍ରାଇଭ୍ ଆରମ୍ଭ ହେବାକୁ ଯାଉଛି। ନମ୍ବର ପ୍ଲେଟ ଲାଗିନଥିବା ଗାଡ଼ି ଗୁଡ଼ିକଠାରୁ ଜରିମାନା ଆଦାୟ ହେବ। ଇ-ଚାଲାଣ କଟାଯାଇ ୫ ହଜାର କିମ୍ବା ୧୦ ହଜାର ଜରିମାନା ଆଦାୟ କରାଯିବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି।