Odisha Link
Bridging the Missing Links in Odisha

ଛାତିଥରା ରେଳ ଦୁର୍ଘଟଣାର ତଦନ୍ତ କରୁଛି ସିବିଆଇ, ରେଳ ବିଭାଗର ୫ କର୍ମଚାରୀଙ୍କୁ ଜେରା

ଘଟଣାକୁ ନେଇ ତଦନ୍ତ କରୁଛି ସିବିଆଇ

ଓଏଲ୍‌ ବ୍ୟୁରୋ: ଗତ ଶୁକ୍ରବାର ଅର୍ଥାତ ଜୁନ୍‌ ୨ ଠିକ୍‌ ସନ୍ଧ୍ୟା ସମୟରେ ବାଲେଶ୍ବର ଜିଲ୍ଲା ବାହାନଗା ବଜାର ଷ୍ଟେସନ ନିକଟରେ ଘଟିଥିଲା ଭୟଙ୍କର ଦୁର୍ଘଟଣା। ଯେଉଁଥିରେ ୨୮୮ ଜଣ ପ୍ରାଣ ହରାଇଥିବା ବେଳେ ହଜାରରୁ ଅଧିକ ଲୋକ ଆହତ ହୋଇଥିଲେ। ଏହି ଘଟଣାକୁ ନେଇ ତଦନ୍ତ କରୁଛି ସିବିଆଇ। ରେଳ ବିଭାଗର ୫ କର୍ମଚାରୀଙ୍କୁ ସିବିଆଇର ଜେରା। ଷ୍ଟେସନ ମାଷ୍ଟର, ବାହାନଗା ଓ ସୋରର ୨ ଟେକ୍ନିସିଆନ। ସିଗ୍ନାଲ ଜେଇ ଓ ସିଗ୍ନାଲ ଇନ୍‌ଚାର୍ଜଙ୍କୁ ପଚରାଉଚରା କରୁଛନ୍ତି ସିବିଆଇ ଟିମ।

ଅନ୍ୟପଟେ, ଆଜି ବାହାନଗା ରେଳ ଦୁର୍ଘଟଣାକୁ ୧୧ ଦିନ। ଏହି ଭୟଙ୍କର ଦୁର୍ଘଟଣା ଖବର ସାରା ବିଶ୍ୱବାସୀଙ୍କ ମନକୁ ଆନ୍ଦୋଳିତ କରିଦେଇଛି। ବାଲେଶ୍ୱରରେ ଘଟିଥିବା ଏହି ମର୍ମନ୍ତୁଦ ଦୁର୍ଘଟଣାର କାରଣ କଣ ହୋଇପାରେ ଏନେଇ ପ୍ରଶ୍ନ ସୃଷ୍ଟି ହେଉଥିବାବେଳେ ତଦନ୍ତ ଦାଇତ୍ୱ ସିବିଆଇ ଟିମ୍ କୁ ଦିଆଯାଇଛି। ତଦନ୍ତ ଚାଲିଥିବାରୁ ବାହାନଗା ବଜାର ଷ୍ଟେସନରେ କୌଣସି ଟ୍ରେନ୍ ଅଟକିବନି। ପରବର୍ତ୍ତୀ ନୋଟିସ ପର୍ଯ୍ୟନ୍ତ ସେଠାରେ କୌଣସି ଟ୍ରେନ୍ ରହିବନି। ପାସେଞ୍ଜର, ମେମୁ କିମ୍ବା କୌଣସି ମାଲବାହୀ ଟ୍ରେନ୍ ଅଟକିବନି। ରିଲେ ପ୍ୟାନେଲ୍ ସିଲ୍ ହୋଇଥିବାରୁ କୌଣସି ଟ୍ରେନ୍ ରହିବନି। ଦକ୍ଷିଣ ପୂର୍ବ ରେଳପଥ ସିପିଆର୍‌ଓ ଆଦିତ୍ୟ ଚୌଧୁରୀ ଏନେଇ ସୂଚନା ଦେଇଛନ୍ତି।

Leave A Reply

Your email address will not be published.