Odisha Link
Bridging the Missing Links in Odisha

ଅସହ୍ୟ ହେଉଛି ତାତି, ରାଜ୍ୟର ବିଭିନ୍ନ ଜିଲ୍ଲାକୁ ହିଟ୍‌ ୱେଭ୍‌ ୱାର୍ଣ୍ଣିଂ ଜାରି

ପାଣିପାଗ କେନ୍ଦ୍ର ପକ୍ଷରୁ ଅଂଶୁଘାତ ଜନିତ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଓଏଲ୍‌ ବ୍ୟୁରୋ: ଅସହ୍ୟ ତାତିରେ ଜଳୁଛି ରାଜ୍ୟର ଅନେକ ଜିଲ୍ଲା। ସକାଳ ୮.୩୦ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାର ତାପମାତ୍ରା ୩୦ ଡିଗ୍ରୀରୁ ଅଧିକ ରେକର୍ଡ କରାଯାଇଛି। ତାତି ବଢୁଥିବାରୁ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅଂଶୁଘାତ ଜନିତ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଝାରସୁଗୁଡା, ସମ୍ବଲପୁର, ବରଗଡ, ସୋନପୁର, ବୋଦ୍ଧ, ବଲାଙ୍ଗୀର, କଳାହାଣ୍ଡି, କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସେହିଭଳି ୪ଟି ଜିଲ୍ଲା ସୁନ୍ଦରଗଡ, କନ୍ଧମାଳ, ନୂଆପଡା ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

ସୂଚନା ଅନୁସାରେ, ଯଦି ଏହି ଭଳି ଗୁଳୁଗୁଳି ଲାଗିରହେ ତେବେ ରଜ ଯାଏଁ ଗ୍ରୀଷ୍ମପ୍ରବାହ ଜାରି ରହିବାର ଆଶଙ୍କା ରହିଛି। ଆସନ୍ତା ୧୪ ତାରିଖ ଯାଏଁ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼କୁ ହିଟ୍‌ ୱେଭ୍‌ ୱାର୍ଣ୍ଣିଂ। ସୋନପୁର, ସୁନ୍ଦରଗଡ଼ ଓ କେନ୍ଦୁଝରକୁ ମଧ୍ୟ ହିଟ୍‌ ୱେଭ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ଯଦି ଏହି ଭଳି ଅସହ୍ୟ ତାତି ଅନୁଭୂତ ହୁଏ, ତେବେ ରଜରେ ମଧ୍ୟ ଗରମ ଅନୁଭୂତ ହେବ ବୋଲି ଅନୁମାନ କରାଯାଉଛି।

Leave A Reply

Your email address will not be published.