ଭିଜିଲାନ୍ସ ପଞ୍ଝାରେ ଯୋଗାଣ ଅଧିକାରୀ, ଏକକାଳୀନ ୫ଟି ସ୍ଥାନରେ ଚାଲିଛି ଚଢାଉ
ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ବ୍ରଜେନ୍ଦ୍ର କୁମାର ନାୟକଙ୍କ ଘରେ ଭିଜିଲାନ୍ସ ଚଢାଉ

ଓଏଲ୍ ବ୍ୟୁରୋ: ଭିଜିଲାନ୍ସ ପଞ୍ଝାରେ ଆଉ ଜଣେ ସରକାରୀ ବାବୁ। ଭିଜିଲାନ୍ସ ଜାଲରେ ପଡିଥିବା ସରକାରୀ ବାବୁ ଜଣକ ହେଲେ ପୂର୍ବତନ ଯୋଗାଣ ଅଧିକାରୀ ବ୍ରଜେନ୍ଦ୍ର କୁମାର ନାୟକ। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ବ୍ରଜେନ୍ଦ୍ର କୁମାର ନାୟକଙ୍କ ଘରେ ଭିଜିଲାନ୍ସ ଚଢାଉ।
ପୁରୀ ଓ ଭୁବନେଶ୍ୱରରେ ସମେତ ଏକକାଳୀନ ୫ଟି ସ୍ଥାନରେ ଚାଲିଛି ଚଢାଉ କରାଯାଇଛି। ଭୁବନେଶ୍ୱରର ଭିମଟାଙ୍ଗୀ ଓ ରାଜାରାଣୀ କଲୋନୀରେ ଥିବା ଘର, ନିମାପଡାରେ ଥିବା ପୈତୃକ ଘର ଏବଂ ଫାର୍ମ ହାଉସରେ ଚଢାଉ ଜାରି। ଏହି ଚଢାଉରେ ୨ଜଣ ଡିଏସପି ଏବଂ ୬ ଜଣ ଇନ୍ସପେକ୍ଟର ସାମିଲ ରହିଛନ୍ତି।