ରାଜ୍ୟରେ ଅସହ୍ୟ ତାତି, ୪ ଜିଲ୍ଲାରେ ୪୦ ଡିଗ୍ରୀ ଉପରେ ତାପମାତ୍ରା
ଝାରସୁଗୁଡା ସବୁଠୁ ଉତପ୍ତ ସହର ଭାବେ ରେକର୍ଡ

ଓଏଲ୍ ବ୍ୟୁରୋ: ଅସହ୍ୟ ତାତିରେ ଜଳୁଛି ପଶ୍ଚିମ ଓଡ଼ିଶା। ଉପକୂଳରେ ଅସହ୍ୟ ଗୁଳୁଗୁଳି। ଦିନ ୧୧.୩୦ ସୁଦ୍ଧା ଝାରସୁଗୁଡା ସବୁଠୁ ଉତପ୍ତ ସହର ଭାବେ ରେକର୍ଡ ହୋଇଛି। ଝାରସୁଗୁଡାରେ ୪୩.୪ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବାବେଳେ ସମ୍ବଲପୁରରେ ୪୨.୪ ଡ଼ିଗ୍ରୀ, ଭୁବନେଶ୍ୱରରେ ୪୧.୬ ଡ଼ିଗ୍ରୀ, ହୀରାକୁଦରେ ୪୧.୬ ଡ଼ିଗ୍ରୀ, କେନ୍ଦୁଝରରେ ୩୯ ଡ଼ିଗ୍ରୀ, ଚାନ୍ଦବାଲିରେ ୩୮.୪ ଡ଼ିଗ୍ରୀ, ଗୋପାଳପୁରରେ ୩୭.୫ ଡ଼ିଗ୍ରୀ, ବାଲେଶ୍ୱରରେ ୩୬.୨ ଡ଼ିଗ୍ରୀ, ପୁରୀରେ ୩୬ ଡ଼ିଗ୍ରୀ, ପାରାଦୀପରେ ୩୩.୬ ଡ଼ିଗ୍ରୀ ତାପମାତ୍ର ରେକର୍ଡ କରାଯାଇଛି।
ଅନ୍ୟପଟେ, ଟ୍ବିନ୍ ସିଟିର କିଛି ସ୍ଥାନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଆଶଙ୍କାରେ ହିଟ ୱେଭ ଆଲର୍ଟ କରାଯାଇଛି। କଟକ-ଭୁବନେଶ୍ବର ପାଇଁ ହିଟ୍ ୱେଭ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ। ଶିଶୁ, ବୟସ୍କ, ରୋଗୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ପ୍ରଚୁର ପାଣି ପିଇବା, ଖରାକୁ ନବାହାରିବାକୁ ପରାମର୍ଶ ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।