କିଛି ଅଞ୍ଚଳରେ ପାଗ ଅନୁକୂଳ, ଖୁବଶୀଘ୍ର ଓଡ଼ିଶା ଛୁଇଁବ ମୌସୁମୀ!

ଓଏଲ୍ ବ୍ୟୁରୋ: ଅସହ୍ୟ ତାତିରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ। ଏଯାଏଁ ମୌସୁମୀ ଛୁଇଁପାରିନି ଓଡ଼ିଶା। ତେବେ ମୌସୁମୀ କେବେ ଓଡ଼ିଶା ଛୁଇଁବ ଏନେଇ କୌଣସି ସ୍ପଷ୍ଟ ସୂଚନା ମିଳିନଥିବାବେଳେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର କିଛି ଅଞ୍ଚଳକୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି।
ଅନ୍ୟପଟେ, ଗତକାଲି ବିଳମ୍ବିତ ରାତିରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ଘଡଘଡି ହୋଇଥିଲା। ବର୍ଷା ପବନ ଯୋଗୁଁ ତାତିରୁ ସାମାନ୍ୟ ତ୍ରାହି ମିଳିଥିବା କୁହାଯାଉଛି। ହେଲେ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ତାତିର ପରିମାଣ ଅସହ୍ୟ ରହିଛି। ମୌସୁମୀ ଆଗମନ ଡେରି ହେବାରୁ ଏଭଳି ପରିସ୍ଥିତି ସୃଷ୍ଟି ହେଉଥିବା କୁହାଯାଉଛି।