ଓଡ଼ିଶା ଆସୁଛନ୍ତି କେନ୍ଦ୍ର ରେଳମନ୍ତ୍ରୀ, ରଥଯାତ୍ରା ପୂର୍ବରୁ ପୁରୀ ରେଳ ଷ୍ଟେସନର କରିବେ ସମୀକ୍ଷା
ବାଲେଶ୍ୱର ରେଳ ଷ୍ଟେସନର ବିକାଶ ଯାଞ୍ଚ କରିବା ସହ ବିକାଶମୂଳକ କାର୍ଯ୍ୟର ସମୀକ୍ଷା

ଓଏଲ୍ ବ୍ୟୁରୋ: ଆସନ୍ତାକାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଶ୍ରୀମନ୍ଦିରୁ ବାହାରି ରଥେ ବିଜେ କରିବେ କୋଟି ଓଡ଼ିଆର ମଉଡ଼ ମଣି। ରଥଯାତ୍ରା ପୂର୍ବରୁ ଚାଲିଛି ନୀତିକାନ୍ତି। ରଥଯାତ୍ରା ପୂର୍ବରୁ ଅର୍ଥାତ ଆଜିଠୁ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଗସ୍ତର ପ୍ରଥମ ଦିନ ସନ୍ଧ୍ୟାରେ ରେଳମନ୍ତ୍ରୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ଦୃଷ୍ଟିରେ ରଖି ପୁରୀ ରେଳ ଷ୍ଟେସନ ନିରୀକ୍ଷଣ ସହ ତୀର୍ଥଯାତ୍ରୀଙ୍କ ପାଇଁ ଆୟୋଜନ କରାଯାଇଥିବା ବିଭିନ୍ନ ସୁବିଧା ଓ ବ୍ୟବସ୍ଥାର ସମୀକ୍ଷା କରିବେ।
କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଜୁନ ୨୦ ତାରିଖ ପୂର୍ବାହ୍ନରେ ପୁରୀରେ ରଥଯାତ୍ରା ପରିଦର୍ଶନ କରିବା ପରେ ବାଲେଶ୍ୱର ଜିଲ୍ଲା ବାହାନଗା ବଜାରକୁ ଯାଇ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିବେ। ଏହାବ୍ୟତୀତ ଶ୍ରୀ ବୈଷ୍ଣବ ବାଲେଶ୍ୱର ରେଳ ଷ୍ଟେସନର ବିକାଶ ଯାଞ୍ଚ କରିବା ସହ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବେ।ଅପରାହ୍ନରେ ବାଲେଶ୍ୱର ଜିଲ୍ଲା ଡାକ୍ତରଖାନା ଓ ଜିଲ୍ଲା ପ୍ରଶାସନର ଅଧିକାରୀଙ୍କ ସହ ଆଲୋଚନା କରିବେ ବୋଲି ସୂଚନା ରହିଛି।