Odisha Link
Bridging the Missing Links in Odisha

ଆସନ୍ତାକାଲି ବଡ଼ଦାଣ୍ଡକୁ ଆସିବେ ବ୍ରହ୍ମାଣ୍ଡ ଠାକୁର, ଚାଲିଛି ମହାପ୍ରଭୁଙ୍କ ନବଯୌବନ ଦର୍ଶନ

ସୁସ୍ଥ ହେବା ପରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଶ୍ରୀମନ୍ଦିରୁ ବାହାରି ରଥେ ବିଜେ କରିବେ କୋଟି ଓଡ଼ିଆର ମଉଡ଼ ମଣି। ରଥଯାତ୍ରା ପୂର୍ବରୁ ଚାଲିଛି ନୀତିକାନ୍ତି। ସ୍ନାନପୂର୍ଣ୍ଣିମା ପରେ ମହାପ୍ରଭୁ ଜ୍ୱରରେ ପୀଡ଼ିତ ହୋଇ ଅଣସର ଘରେ ରହିଥାନ୍ତି। ଏହି ସମୟ ମଧ୍ୟରେ ଭକ୍ତମାନେ ଶ୍ରୀଜିଉଙ୍କ ଦର୍ଶନରୁ ବଂଚିତ ହୁଅନ୍ତି। ତେବେ ସୁସ୍ଥ ହେବା ପରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି। ଏହାକୁ ନବଯୌବନ ଦର୍ଶନ ବୋଲି କୁହାଯାଏ। ତେବେ ଏହି ଦର୍ଶନ କରିବା ପାଇଁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ଭିଡ଼।

ଶ୍ରୀକ୍ଷେତ୍ରରେ ଚାଲିଛି ମହାପ୍ରଭୁଙ୍କ ନବଯୌବନ ଦର୍ଶନ। ୮ଟାରୁ ୯ଟା ଯାଏଁ ପାରମାଣିକ ଟିକେଟଧାରୀ ଦର୍ଶନ କରିବା ପରେ ଏବେ ଚାଲିଛି ସର୍ବସାଧାରଣ ଦର୍ଶନ। ୯ଟାରୁ ୧୧ଟା ୨ ଘଣ୍ଟା ଯାଏଁ ସର୍ବସାଧାରଣ ଦର୍ଶନ ପାଇଁ ବ୍ୟବସ୍ଥା କରାଯାଇଛି। ସାଧାରଣ ଭକ୍ତମାନେ ସିଂହଦ୍ୱାର ଦେଇ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି। ମହାପ୍ରଭୁଙ୍କ ନବଯୌବନ ଦର୍ଶନ ପାଇଁ ବଡ଼ଦାଣ୍ଡରେ ଭକ୍ତଙ୍କ ସମାଗମ ହୋଇଛି। ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସଜେଇ ହେଇଛି ବଡଦାଣ୍ଡ, ବଡ଼ଦାଣ୍ଡକୁ ଆସିବେ ବ୍ରହ୍ମାଣ୍ଡ ଠାକୁର।

Leave A Reply

Your email address will not be published.