Odisha Link
Bridging the Missing Links in Odisha

ରଥଯାତ୍ରା: ଶ୍ରୀସୁଦର୍ଶନଙ୍କ ପହଣ୍ଡି ଶେଷ

ପୁରୀ :ଆରମ୍ଭ ହେଲା ଶ୍ରୀଜିଉଙ୍କ ପହଣ୍ଡି ବିଜେ ନୀତି। ପ୍ରଥମେ ଆରମ୍ଭ ହୋଇଛି ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ବିଜେ ନୀତି। ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥରେ ସ୍ଥାପନା ହେଲେ ସୁଦର୍ଶନ ଠାକୁର। ମହାପ୍ରଭୁ ଧାଡ଼ି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି।

ମନ୍ଦିର ଭିତରେ ନୀତିକାନ୍ତି ଶେଷ ହେବା ପରେ ପ୍ରଥମେ ଶ୍ରୀସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଛି। ଏହା ପରେ ଶ୍ରୀବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ଘଣ୍ଟ ଓ ଶଙ୍ଖର ଶବ୍ଦରେ ଶ୍ରୀମନ୍ଦିର ପରିସର ଏକ ଭକ୍ତିମୟ ପରିବେଶ ସୃଷ୍ଟି କରିଛି। ଶ୍ରୀସୁଦର୍ଶନ ରଥ ଉପରେ ବିଜେ କରିସାରିଛନ୍ତି।

ମଙ୍ଗଳବାର ସକାଳ ୬ଟାରେ ମଙ୍ଗଳଆଳତି ପରେ ମଇଲମ, ତଡ଼ପଲାଗି ଓ ଅବକାଶ, ସୂର୍ଯ୍ୟପୂଜା, ସାଢ଼େ ୭ଟାରେ ଦ୍ବାରପାଳ ପୂଜା ସରିଥିଲା। ବେଶ ଶେଷ ହୋଇ ୮ଟାରୁ ୯ଟା ଖେଚୁଡ଼ି ଭୋଗ ହୋଇଥିଲା। ଏହାପରେ ରଥ ପ୍ରତିଷ୍ଠା ହୋଇଥିଲା। ମଙ୍ଗଳାର୍ପଣ ପରେ ଖୁଣ୍ଟିଆ ‘ମଣିମା’ ଡାକ ଦେବା ସହିତ ଚତୁର୍ଦ୍ଧା ବିଗ୍ରହଙ୍କ ପହଣ୍ଡି ଆରମ୍ଭ ହୋଇଛି। ସାଢ଼େ ୧୨ଟାରେ ପହଣ୍ଡି ଶେଷ ହେବ। ବିଶ୍ବପ୍ରସିଦ୍ଧ ରଥଯାତ୍ରା ଲାଗି ଶ୍ରୀମନ୍ଦିରକୁ ସୁସଜ୍ଜିତ କରାଯାଇଛି।

ତିନିରଥରେ ଶ୍ରୀଜିଉଙ୍କ ରୁନ୍ଧା ସହ ଚାରମାଳ ଫିଟା ପରେ ଅପରାହ୍ଣ ୪ଟାରେ ରଥଟଣା ଆରମ୍ଭ ହେବ। ବହୁସଂଖ୍ୟାରେ ଭକ୍ତଙ୍କ ଆଗମନ ସମ୍ଭାବନା ଥିବାରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି ଦିଆଯାଇଛି।୧୮୭ ପ୍ଲାଟୁନ ଫୋର୍ସ, ୧ହଜାର ପୁଲିସ ଅଧିକାରୀଙ୍କ ଉପରେ ଆଇନଶୃଙ୍ଖଳା ଦାୟିତ୍ବ ନ୍ୟସ୍ତ କରାଯାଇଛି। ଟ୍ରାଫିକ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଆୟୋଜନ କରାଯାଇଛି।

Leave A Reply

Your email address will not be published.