Odisha Link
Bridging the Missing Links in Odisha

ଦୁର୍ଘଟଣାରେ ଚାଲିଗଲା ପୂର୍ବତନ ସରପଞ୍ଚଙ୍କ ଜୀବନ, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଦିଗପହଣ୍ଡି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ତାଙ୍କର ମୃତ୍ୟୁ ହୋଇଛି।

ଓଏଲ୍‌ ବ୍ୟୁରୋ: ଦିଗପହଣ୍ଡି ବ୍ଲକ ଖମ୍ବାରିଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚଙ୍କ ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସିଛି। ନିଜ ମୋଟର ସାଇକେଲରେ ଯାଉଥିବା ସମୟରେ ଗତକାଲି ସଂଧ୍ୟାରେ ଏକ ଗାଡି ତାଙ୍କୁ ଧକ୍କା ଦେଇଥିଲା। ଏଥିରେ ସେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ଦିଗପହଣ୍ଡି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ତାଙ୍କର ମୃତ୍ୟୁ ହୋଇଛି।

ଅଜଣା ଗାଡି ଧକ୍କାରେ ଦିଗପହଣ୍ଡି ବ୍ଲକ ଖମ୍ବାରିଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ଲଳିତ ମୋହନ ମହାପାତ୍ର ମୃତ୍ୟୁ ହୋଇଛି। ତେବେ ଏହା ଏହା ଦୁର୍ଘଟଣା ନୁହେଁ ହତ୍ୟା ବୋଲି ଅଭିଯୋଗ ଆଣିଛନ୍ତି ପରିବାର ଲୋକେ। ଜାଣିଶୁଣି ଗାଡ଼ି ବାଡ଼େଇ ଲଳିତ ମୋହନଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକ ଅଭିଯୋଗ କରିଥିବା ଜଣା ପଡିଛି। ତେବେ ଏହି ମାମଲାରେ ପୁଲିସ ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.