Odisha Link
Bridging the Missing Links in Odisha

ଆଜି ଯୋଗ ଦିବସ, ନ୍ୟୁୟର୍କର ଜାତିସଂଘ ମୁଖ୍ୟାଳୟରେ ସାମିଲ୍ ହେଲେ ମୋଦି

ଜୁନ ୨୧ ତାରିଖରେ ପାଳନ ହୁଏ ବିଶ୍ୱବ୍ୟାପୀ ଆନ୍ତର୍ଜାତିକ ଯୋଗ ଦିବସ

ଓଏଲ୍‌ ବ୍ୟୁରୋ: ଆଜି ସାରା ବିଶ୍ବ ପାଳୁଛି ଯୋଗ ଦିବସ। ଜୁନ ୨୧ ତାରିଖରେ ପାଳନ ହୁଏ ବିଶ୍ୱବ୍ୟାପୀ ଆନ୍ତର୍ଜାତିକ ଯୋଗ ଦିବସ। ଆନ୍ତର୍ଜାତିକ ସ୍ତରରେ ଏହାକୁ ପାଳନ କରିବା ପାଇଁ ମିଳିତ ଜାତିସଂଘ ଅଧିବେସନ ଦ୍ୱାରା ଡିସେମ୍ବର ୧୧, ୨୦୧୪ରେ ସଂକଳ୍ପ ହୋଇଥିଲା। ଯୋଗ ମୂଲ୍ୟବୋଧକୁ ସମ୍ମାନ ଦେବା ସହ ବିଶ୍ୱର କୋଣ ଅନୁକୋଣେ ଯୋଗକୁ ପହଞ୍ଚାଇବା ପାଇଁ ଭାରତ ପ୍ରସ୍ତାବ ଦେଇଥିଲା। ଏହି ଅବସରରେ ନ୍ୟୁୟର୍କର ଜାତିସଂଘ ମୁଖ୍ୟାଳୟରେ ଆୟୋଜିତ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ସାମିଲ୍ ହୋଇଛନ୍ତି ମୋଦି। ଏହା ପରେ ଓ୍ବାଶିଂଟନ ଡିସି ଗସ୍ତ କରିବେ ପିଏମ୍ ମୋଦି।

ସୂଚନା ଅନୁସାରେ, ୨୦୧୪ ସେପ୍ଟେମ୍ବର ୨୭ରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁନ ୨୧କୁ ଆନ୍ତର୍ଜାତିକ ସ୍ତରରେ ଯୋଗ ଅଭ୍ୟାସ ପୂର୍ବକ ଯୋଗ ଦିବସ ପାଳନ ପାଇଁ ପ୍ରଥମେ ପ୍ରସ୍ତାବ ଦେଇଥିଲେ। ଆମେରିକାର ମିଳିତ ଜାତିସଂଘ ସାଧାରଣ ପରିଷଦର ୬୯ତମ ଅଧିବେସନକୁ ପ୍ରଥମ କରି ସମ୍ବୋଧିତ କରି ଅଭିଭାଷଣରେ କହିଥିଲେ ଯେ, ପରିବର୍ତ୍ତନଶୀଳ ଦୁନିଆରେ ସବୁକିଛି ପରିବର୍ତ୍ତନ ହେଉଥିବାବେଳେ ଜଳବାୟୁ ପରିବର୍ତ୍ତନ ହେବା ସମସ୍ତଙ୍କ ପାଇଁ ଏକ ଚିନ୍ତାର ବିଷୟ। ଆମ ଭାରତୀୟ ସଂସ୍କୃତିରେ ଏହାର ମୁକାବିଲା କରିବା ପାଇଁ ଯୋଗ ଉପରେ ଗୁରୁତ୍ୱ ଦିଆଯାଇଛି। ଯୋଗକୁ କେବଳ ବ୍ୟାୟାମରେ ସୀମିତ ନରଖି ଶାସ୍ତ୍ରାନୁସାରେ ପରିବ୍ୟାପ୍ତ କରାଗଲେ ସବୁକିଛିର ପରିବର୍ତ୍ତନ କରାଯାଇପାରିବ। ତେଣୁ ଆନ୍ତର୍ଜାତିକ ସ୍ତରରେ ଯୋଗ ଦିବସ ପାଳନ କରାଯିବା ଉଚିତ।

Leave A Reply

Your email address will not be published.