ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ, ଆଗାମୀ ଦୁଇଦିନ ମଧ୍ୟରେ ସାରା ରାଜ୍ୟରେ ହେବ ଅଗ୍ରସର!
ପ୍ରାକ ମୌସୁମୀ ପ୍ରଭାବରେ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି

ଓଏଲ୍ ବ୍ୟୁରୋ: ରାଜ୍ୟକୁ ଅଗ୍ରସର ହେଲା ଦକ୍ଷିଣ ପଶ୍ଚିମ-ମୌସୁମୀ ବାୟୁ। ଆଜି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମାଲକାନଗିରି ଜିଲ୍ଲାର ଅଧିକାଂଶ ଅଞ୍ଚଳ, କୋରାପୁଟ, ଏବଂ ଗଜପତି ଜିଲ୍ଲାର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ଆଗାମୀ ଦୁଇଦିନ ମଧ୍ୟରେ ସାରା ଓଡ଼ିଶା ଅଗ୍ରସର ହେବାପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଥିବା ପାଣିପାଗ ବିଭାଗ ପକ୍ଷରୁ କହାଯାଇଛି।
ରାଜ୍ୟକୁ ଅଗ୍ରସର ହେଲା ଦକ୍ଷିଣ ପଶ୍ଚିମ-ମୌସୁମୀ ବାୟୁ
ଆଜି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ #ମାଲକାନଗିରି ଜିଲ୍ଲାର ଅଧିକାଂଶ ଅଞ୍ଚଳ, #କୋରାପୁଟ, ଏବଂ #ଗଜପତି ଜିଲ୍ଲାର କିଛି ଅଞ୍ଚଳ କୁ ଅଗ୍ରସର ହୋଇଛି |
ଆଗାମୀ #ଦୁଇଦିନ ମଧ୍ୟରେ ସାରା ଓଡିଶାକୁ ଅଗ୍ରସର ହେବାପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି
— Meteorological Centre, Bhubaneswar (@mcbbsr) June 22, 2023
ଖବର ଅନୁସାରେ, ମୌସୁମୀ ଅଗ୍ରସର ପାଇଁ ପାଗ ସମ୍ପୂର୍ଣ ଅନୁକୂଳ ଥିବା ପାଣିପାଗ ବିଭାଗ ଏକ ପ୍ରକାର ସୂଚନା ଦେଇଥିଲା। ରାଜଧାନୀରେ କିଛି ସ୍ଥାନରେ ବର୍ଷା ହେଉଥିବାବେଳେ କିଛି ସ୍ଥାନରେ କୋହଲା ପାଗ ହୋଇଛି। ଯାହାକୁ ଦେଖି ମୌସୁମୀ ଆଗମନ ହେବ ବୋଲି କୁହାଯାଉଛି। ପ୍ରାକ ମୌସୁମୀ ପ୍ରଭାବରେ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି।
ଅନ୍ୟପଟେ, ୩ ଘଣ୍ଟା ପାଇଁ ୧୧ ଜିଲ୍ଲାରେ ବର୍ଷା ନେଇ ସତର୍କତା ଦେଇଛି ପାଣିପାଗ ବିଭାଗ। ଖୋର୍ଦ୍ଧା (ଭୁବନେଶ୍ୱର), ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ରାୟଗଡ଼ା, ଗଜପତି, ଗଂଜାମ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାକୁ ଆଲର୍ଟ କରାଯାଇଛି। ବର୍ଷା ପ୍ରଭାବରୁ ତାତିରୁ ସାମାନ୍ୟ ତ୍ରାହି ମିଳିଥିବା କୁହାଯାଉଛି।