Odisha Link
Bridging the Missing Links in Odisha

ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ଆଶଙ୍କା, ୧୯ ଜିଲ୍ଲାରେ ପ୍ରବଳ ବର୍ଷା!

୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସମ୍ଭାବନା

ଓଏଲ୍‌ ବ୍ୟୁରୋ: ସାରା ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା। ସମ୍ପୂର୍ଣ୍ଣ ଓଡ଼ିଶାକୁ ଅଗ୍ରସର ହେଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ଏହା ସହ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସମ୍ଭାବନା ରହିଛି। ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏପରି ବର୍ଷା ଜାରି ରହିବ।

ସୂଚନା ଅନୁସାରେ, ଆଜି ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଅନୁଗୁଳ, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

Leave A Reply

Your email address will not be published.