Odisha Link
Bridging the Missing Links in Odisha

ଲଘୁଚାପ ପ୍ରଭାବ: ଅନୁଗୁଳରେ ସର୍ବାଧିକ ବର୍ଷା ରେକର୍ଡ

ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଲଗାଣ ବର୍ଷା ଲାଗିରହିଛି

ଓଏଲ୍‌ ବ୍ୟୁରୋ: ବର୍ଷାରେ ବେହାଲ ହୋଇଛି ଓଡ଼ିଶା। ସାରା ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା। ସମ୍ପୂର୍ଣ୍ଣ ଓଡ଼ିଶାକୁ ଅଗ୍ରସର ହୋଇଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ଏହା ସହ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଲଗାଣ ବର୍ଷା ଲାଗିରହିଛି। ଲଘୁଚାପ ପ୍ରଭାବରେ ଗତ ୨୪ ଘଣ୍ଟାରେ ଅନୁଗୁଳରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି।

ଅନୁଗୁଳରେ ୧୯୮. ୭ ମିମି ସର୍ବାଧିକ ବର୍ଷା ରେକର୍ଡ କରାଯାଇଥିବାବେଳେ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ଆହୁରି ୨୪ ଘଣ୍ଟା ବିସ୍ତୃତି ବର୍ଷା ସହ ପଶ୍ଚିମ ତଥା ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

ଖବର ଅନୁସାରେ, ଆଜି ୫ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି। ସାରା ରାଜ୍ୟରେ ସମ୍ପ୍ରତି ମୌସୁମୀ ଜନିତ ବର୍ଷା ଲାଗି ରହିଥିବା ବେଳେ ଲଘୁଚାପ ପ୍ରଭାବରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି। ଦୁଇଦିନ ଧରି ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।