ଲଘୁଚାପ ପ୍ରଭାବ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା, ୟେଲୋ ଆଲର୍ଟ ଜାରି
ରାଜ୍ୟର କିଛି ଅଂଚଳରେ ଲଗାଣ ବର୍ଷା ଲାଗିରହିଛି।

ଓଏଲ୍ ବ୍ୟୁରୋ: ବର୍ଷାରେ ବେହାଲ ହୋଇଛି ଓଡ଼ିଶା। ସାରା ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା। ସମ୍ପୂର୍ଣ୍ଣ ଓଡ଼ିଶାକୁ ଅଗ୍ରସର ହୋଇଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ଏହା ସହ ଲଘୁଚାପ ପ୍ରଭାବରେ ସାରା ରାଜ୍ୟର କିଛି ଅଂଚଳରେ ଲଗାଣ ବର୍ଷା ଲାଗିରହିଛି। ଆଜି ମଧ୍ୟ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଲାଗିରହିବାର ଆଶଙ୍କା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି।
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡିକରେ ବିସ୍ତୃତି ବର୍ଷା ସମ୍ଭାବନା ଥିବାବେଳେ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡିକରେ ଅନେକ ସ୍ଥାନରେ ହଳୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା |
ଆଗାମୀ ୨୪ ଘଣ୍ଟା ପାଇଁ ଉତ୍ତରଓଡିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ପାଇଁ ୟେଲୋ ଚେତାବନୀ ଜାରି | pic.twitter.com/SsTT1xHh8C
— Meteorological Centre, Bhubaneswar (@mcbbsr) June 27, 2023
ପାଣିପାଗ ବିଭାଗ ସୂଚନା ଅନୁସାରେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡିକରେ ବିସ୍ତୃତି ବର୍ଷା ସମ୍ଭାବନା ଥିବାବେଳେ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡିକରେ ଅନେକ ସ୍ଥାନରେ ହଳୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।