Odisha Link
Bridging the Missing Links in Odisha

ରାଜ୍ୟରେ ମୌସୁମୀ ସକ୍ରିୟ, ମତ୍ସ୍ୟଜୀବୀଙ୍କୁ ଓଡ଼ିଶା ଉପକୂଳ ସମ୍ପୂର୍ଣ ବାରଣ

ରାଜ୍ୟର କିଛି ଅଂଚଳରେ ଲଗାଣ ବର୍ଷା ଲାଗିରହିଛି।

ଓଏଲ୍‌ ବ୍ୟୁରୋ: ବର୍ଷାରେ ବେହାଲ ହୋଇଛି ଓଡ଼ିଶା। ସମ୍ପୂର୍ଣ୍ଣ ଓଡ଼ିଶାକୁ ଅଗ୍ରସର ହୋଇଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ଏହା ସହ ଲଘୁଚାପ ପ୍ରଭାବରେ ସାରା ରାଜ୍ୟର କିଛି ଅଂଚଳରେ ଲଗାଣ ବର୍ଷା ଲାଗିରହିଛି। ଆଜି ମଧ୍ୟ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଲାଗିରହିବାର ଆଶଙ୍କା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

ଶକ୍ତିଶାଳୀ ମୌସୁମୀ ପ୍ରବାହ ତଥା ଲଘୁଚାପ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ଯାଏଁ ଓଡ଼ିଶା ଉପକୂଳ ପାର୍ଶ୍ଵବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତତସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ପବନ ଘଣ୍ଟା ପ୍ରତି ବେଗ ୪୦ ରୁ ୫୦ କିମି ସମ୍ଭାବନା ହେତୁ ମତ୍ସ୍ୟଜୀବୀଙ୍କୁ ଓଡ଼ିଶା ଉପକୂଳ ଏବଂ ତାର ଆଖ ପାଖ ଅଂଚଳକୁ ଯିବାକୁ ସମ୍ପୂର୍ଣ ବାରଣ କରାଯାଇଛି।

ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଗତ ୨୪ଘଣ୍ଟାରେ ରାଜ୍ୟରେ ୧୭.୪ ମିମି ବର୍ଷା ରେକର୍ଡ କରାଯାଇଛି। ଯାହା ସ୍ୱାଭାବିକ ବର୍ଷା ୯.୪ମିମି ତୁଳନାରେ ୮୫% ଅଧିକ ରେକର୍ଡ ହୋଇଛି। ସେହିପରି ବରଗଡ ଜିଲ୍ଲାରେ ସର୍ବାଧିକ ବର୍ଷା ୬୭.୭ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୯.୪ ମିମି ତୁଳନାରେ ୬୨୦% ଅଧିକ ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Leave A Reply

Your email address will not be published.