Odisha Link
Bridging the Missing Links in Odisha

ଆଜି ଏକାମ୍ର ପ୍ରକଳ୍ପର ଭୂମିପୂଜନ, ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ସୁରକ୍ଷା କଡ଼ାକଡ଼ି କରାଯାଇଛି।

ଓଏଲ୍‌ ବ୍ୟୁରୋ: ନୂଆ ରୂପ ପାଇବ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର। ବଦଳିବ ଏକାମ୍ରକ୍ଷେତ୍ରର ରୂପରେଖ। ଏକାମ୍ର ପ୍ରକଳ୍ପର ଆଜି ହେବ ଭୂମିପୂଜନ। ଢୋଲ, ମୃଦଙ୍ଗରେ କମ୍ପୁଛି ଏକାମ୍ର କ୍ଷେତ୍ର। ହୋମଯଜ୍ଞ, ବେଦପାଠ, ମନ୍ତ୍ରଧ୍ବନୀ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି। ତିନି ଦିନ ଧରି ଅନୁଷ୍ଠିତ ହୋଇଥିବା ଏକାମ୍ର ପ୍ରକଳ୍ପର ଭୂମିପୂଜନ ଓ ଶିଳାନ୍ୟାସ ଉତ୍ସବର ଭବ୍ୟ ସମାରୋହ ଆୟୋଜନ ଚାଲିଛି। ଆଜି ଏହି ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ସୁରକ୍ଷା କଡ଼ାକଡ଼ି କରାଯାଇଛି।

ଏକାମ୍ର କ୍ଷେତ୍ରର ଗୌରବମୟ ଐତିହ୍ୟର ସଂରକ୍ଷଣ ପାଇଁ ଏକାମ୍ର କ୍ଷେତ୍ର ପ୍ରକଳ୍ପର ଘୋଷଣା କରିଛନ୍ତି ରାଜ୍ୟ ସରକାର। ଲିଙ୍ଗରାଜ ମନ୍ଦିର ସାମନାରେ ଉଦ୍ୟାନ ନିର୍ମାଣ ସହିତ ଏହାର ସୌନ୍ଦର୍ଯ୍ୟକରଣ ତଥା ମନ୍ଦିର ଚାରି ପାଖରେ ପରିକ୍ରମା ପଥ ନିର୍ମାଣ ଲାଗି ପରିକଳ୍ପନା କରାଯାଇ ଏହି ଯୋଜନା ପ୍ରସ୍ତୁତ କରାଯାଇଛି। ଶ୍ରୀ ଲିଙ୍ଗରାଜ ଐତିହ ପ୍ରକଳ୍ପ ଅଧିନରେ ଭକ୍ତମାନେ ଯେପରି ସୁବିଧାରେ ଦର୍ଶନ କରିପାରିବେ, ସେଥିପାଇଁ ବ୍ୟବସ୍ଥା କରାଯିବ। ତେବେ ଏହି ପ୍ରକଳ୍ପ ଓଡ଼ିଶା ସେତୁ ନିର୍ମାଣ ନିଗମ ଦ୍ୱାରା ଏହି ଐତିହ୍ୟ ପ୍ରକଳ୍ପ କରାଯିବାକୁ ରାଜ୍ୟ କ୍ୟାବିନେଟ ପୂର୍ବରୁ ଅନୁମୋଦନ କରିଛନ୍ତି।

Leave A Reply

Your email address will not be published.