Odisha Link
Bridging the Missing Links in Odisha

ଆଜି ପବିତ୍ର ସୁନାବେଶ: ମହଣ ମହଣ ସୁନାରେ ଝଟକିବେ ଶ୍ରୀଜିଉ

ପ୍ରାୟ ୨ଘଣ୍ଟା ସମୟ ବିନିମୟରେ ତିନିରଥ ଉପରେ ସୁନାବେଶ ଅନୁଷ୍ଠିତ ହୋଇଥାଏ।

ଓଏଲ୍‌ ବ୍ୟୁରୋ: ଆଜି ଶ୍ରୀଜିଉଙ୍କ ପବିତ୍ର ସୁନାବେଶ। ମହଣ ମହଣ ସୁନାରେ ସଜେଇ ହେବେ ଶ୍ରୀଜିଉ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତିକାନ୍ତି ଆରମ୍ଭ ହୋଇଯାଇଛି। ୧୩୮ ପ୍ରକାର ରତ୍ନଖଚିତ ସ୍ୱର୍ଣ୍ଣ ଅଳଙ୍କାରରେ ଝଟକିବେ ଶ୍ରୀଜିଉ। ସୁନାବେଶ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଏକ ବିଶେଷ ବେଶ, ଯହିଁରେ ଦିଅଙ୍କୁ ସୁବର୍ଣ୍ଣ ଆଭୂଷଣରେ ସାଜ କରାଯାଏ। ଶ୍ରୀଜୀଉମାନଙ୍କର ମଧ୍ୟାହ୍ନ ଧୂପ ଶେଷ ହେବା ପରେ, ପ୍ରାୟ ୨ଘଣ୍ଟା ସମୟ ବିନିମୟରେ ତିନିରଥ ଉପରେ ସୁନାବେଶ ଅନୁଷ୍ଠିତ ହୋଇଥାଏ। ଶ୍ରୀଜୀଉମାନେ ସୁନାବେଶରେ ପ୍ରାୟ ୬ଘଣ୍ଟା ପର୍ଯ୍ୟନ୍ତ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି।

ପ୍ରତିବର୍ଷ ସୁନାବେଶ ପାଞ୍ଚଥର ଅନୁଷ୍ଠିତ ହୋଇଥାଏ। ଏହା ସାଧାରଣତଃ ପୌଷ ପୂର୍ଣ୍ଣିମା (ପୁଷ୍ୟାଭିଷେକ), ଫାଲଗୁନ ପୂର୍ଣ୍ଣିମା (ଦୋଳ ପୂର୍ଣ୍ଣିମା), ହରିଶୟନ ଏକାଦଶୀ (ବାହୁଡ଼ା ଏକାଦଶୀ), କାର୍ତ୍ତିକ ପୂର୍ଣ୍ଣିମା (ରାଜରାଜେଶ୍ୱର ବେଶ) ଓ ବିଜୟାଦଶମୀ (ଦଶହରା), ଦିନ ଅନୁଷ୍ଠିତ ହୋଇଥାଏ। ଏଥିମଧ୍ୟରୁ ଶ୍ରୀମନ୍ଦିରସ୍ଥ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନେ କାର୍ତ୍ତିକ ପୂର୍ଣ୍ଣିମା, ପୌଷ ପୂର୍ଣ୍ଣିମା, ଦୋଳ ପୂର୍ଣ୍ଣିମା ଓ ଦଶହରା ତିଥି ଗୁଡ଼ିକରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି ଓ କେବଳ ଥରେ ମାତ୍ର ସମସ୍ତବର୍ଗର ଜନତାଙ୍କ ପାଇଁ ଆଷାଢ଼ ଶୁକ୍ଲ ଏକାଦଶୀଦିନ ସିଂହଦ୍ୱାରଠାରେ ରଖାଯାଇଥିବା ତିନିରଥ ଉପରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି।

Leave A Reply

Your email address will not be published.