Odisha Link
Bridging the Missing Links in Odisha

ପ୍ରକାଶ ପାଇଲା +୨ ପ୍ରଥମ କଟ୍ ଅଫ୍ ତାଲିକା, ଜାଣନ୍ତୁ କେତେ ଦିନ ହେବ ନାମଲେଖା

ଜୁଲାଇ ୭ରୁ ୧୩ ତାରିଖ ମଧ୍ୟରେ ନାମ ଲେଖାଇପାରିବେ

ଓଏଲ୍‌ ବ୍ୟୁରୋ: ମାଟ୍ରିକରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର। ପ୍ରକାଶ ପାଇଲା ଚଳିତ ବର୍ଷର ଯୁକ୍ତଦୁଇ ପ୍ରଥମ କଟ୍ ଅଫ୍ ମାର୍କ ତାଲିକା, ଅର୍ଥାତ ଯେଉଁମାନେ ଯୁକ୍ତଦୁଇରେ ନାମଲେଖା ପାଇଁ ଆବେଦନ କରାଇଥିଲେ, ସେମାନଙ୍କ ପାଇଁ ପ୍ରକାଶ ପାଇଛି ପ୍ରଥମ କଟ୍ ଅଫ୍ ତାଲିକା। କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଗରେ ରହିଛି ରେଭେନ୍ସା ବିଶ୍ଵବିଦ୍ୟାଳୟ। ଏହି ତାଲିକାରେ ସ୍ଥାନ ପାଇଥିବା ଛାତ୍ରଛାତ୍ରୀମାନେ ଗତକାଲିଠୁ ଅର୍ଥାତ ଜୁଲାଇ ୭ରୁ ୧୩ ତାରିଖ ମଧ୍ୟରେ ନାମ ଲେଖାଇପାରିବେ।

ସୂଚନା ଅନୁସାରେ, ମାଟ୍ରିକରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନେ ସାମ୍ସ୍ ପୋର୍ଟାଲରେ ଅନଲାଇନ ଆବେଦନ କରିଥିଲେ। ମେ ୨୯ରୁ ନାମଲେଖା ଆବେଦନ ଆରମ୍ଭ ହୋଇଥିବା ବେଳେ ଜୁନ୍ ୩୦ରେ ଶେଷ ହୋଇଥିଲା। ନାମଲେଖା ପ୍ରକ୍ରିୟା ଜୁଲାଇ ୨୯ ତାରିଖ ସୁଦ୍ଧା ଶେଷ କରାଯିବ। ଅଗଷ୍ଟ ୧ ତାରିଖରୁ ପାଠପଢ଼ା ଆରମ୍ଭ ହେବା ନେଇ ସୂଚନା ଜାରି ହୋଇଛି।