Odisha Link
Bridging the Missing Links in Odisha

ଦ୍ୱିତୀୟ ଦିନରେ ଡିଏନ ହୋମ୍ସ ପ୍ରା.ଲିରେ ଆୟକର ଚଢ଼ାଉ; କର୍ମଚାରୀଙ୍କୁ ତନାଘନା

ଓଏଲ୍‌ ବ୍ୟୁରୋ: ଆଜି ଦ୍ୱିତୀୟ ଦିନରେ ଡିଏନ ଗ୍ରୁପ୍ ଉପରେ ଆୟକର ବିଭାଗ ଚଢାଉ ଜାରି ରଖିଛି। ଭୁବନେଶ୍ୱର ୟୁନିଟ୍-୪ ସ୍ଥିତ ପୋଷ୍ଟାଲ କଲୋନୀ ସମେତ କିଛି ସ୍ଥାନରେ ରେଡ୍‌ ଚାଲିଥିବା ସୂଚନା ମିଳିଛି। ଡିଏନ ଗ୍ରୁପ୍ ମାଲିକ ଜଗଦୀଶ ପ୍ରସାଦ ନାଏକ ଓ ତାଙ୍କ କର୍ମଚାରୀଙ୍କ ଘରେ ଗତକାଲି ଆୟକର ବିଭାଗ ଚଢ଼ାଉ କରି ନଗଦ ୩୦କୋଟି ଟଙ୍କା ଜବତ କରିଥିଲା। ଯାହାପରେ ରାଜ୍ୟ ରାଜନୀତି ସରଗରମ ହୋଇଉଠିଛି।

୨ ଜଣ ଅଧିକାରୀଙ୍କୁ ଆୟକର ବିଭାଗର ଅଧିକାରୀ ପଚରାଉଚରା କରୁଥିବା ସୂଚନା ମିଳିଛି। ଯେଉଁ କର୍ମଚାରୀଙ୍କ ଘରୁ ନଗଦ ୩୦କୋଟି ଟଙ୍କା ଜବତ ହୋଇଥିଲା ଆୟକର ବିଭାଗର କର୍ମଚାରୀ ତାଙ୍କୁ ପଚରାଉଚରା କରୁଥିବା ସୂଚନା ମଳିଛି।

ଗତକାଲି ଚଢାଉ ବେଳେ ୩୦ କୋଟି ନଗଦ ଟଙ୍କା ସହ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଥିଲା। ୩ଟି ଟ୍ରଙ୍କ ଓ ଗୋଟିଏ ଆଟାଚିରୁ କେବଳ ୫୦୦ ଟଙ୍କିଆ ନୋଟ୍ ମିଳିଥିଲା। କମ୍ପାନୀର ନିର୍ଦ୍ଦେଶକଙ୍କ ସମେତ ବରିଷ୍ଠ ଅଧିକାରୀଙ୍କ ଘରେ ଚଢାଉ କରାଯାଇଥିଲା। ଟିକସ ଫାଙ୍କିବା ଅଭିଯୋଗରେ ୨୨ ସ୍ଥାନରେ ଏକକାଳୀନ ରେଡ୍ କରିଥିଲା ଆୟକର ବିଭାଗ।

Leave A Reply

Your email address will not be published.