କାର୍ଯ୍ୟରତ ସାମ୍ବାଦିକଙ୍କୁ ମିଳିବ ସ୍ୱାସ୍ଥ୍ୟ ବୀମା, ଏକ ସ୍ୱତନ୍ତ୍ର ପୋର୍ଟାଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ମାଧ୍ୟମରେ ସୁବିଧା ପାଇପାରିବେ।
ଓଏଲ୍ ବ୍ୟୁରୋ: କାର୍ଯ୍ୟରତ ସାମ୍ବାଦିକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି। ସାମ୍ବାଦିକ କଲ୍ୟାଣ ଯୋଜନା ୱେବ ପୋର୍ଟାଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କାର୍ଯ୍ୟରତ ସାମ୍ବାଦିକମାନେ ସ୍ବାସ୍ଥ୍ୟ ବୀମା ହେଉ କି ଅନ୍ୟାନ୍ୟ ସହାୟତା ପାଇଁ ଜିଲ୍ଲା କିମ୍ବା ରାଜ୍ୟ ମୁଖ୍ୟାଳୟକୁ ଆସିବାକୁ ପଡ଼ିବନାହିଁ। ରାଜ୍ୟ ସରକାରଙ୍କ ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ମାଧ୍ୟମରେ କର୍ମୀଜୀବୀ ସାମ୍ବାଦିକ ସୁବିଧା ପାଇପାରିବେ।
ବିଭିନ୍ନ ସ୍ଥାନରେ କାମ କରୁଥିବା ଓଡ଼ିଆ ସାମ୍ବାଦିକ ଅନଲାଇନ କଲ୍ୟାଣ ଯୋଜନାର ସୁବିଧା ନେଇପାରିବେ। କାର୍ଯ୍ୟରତ ସାମ୍ବାଦିକ ଚିକିତ୍ସା ପାଇଁ ସାମ୍ବାଦିକ ଓ ତାଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଦିଆଯାଉଛି। ମୃତ୍ୟୁ ହେଲେ ୪ଲକ୍ଷ ସହାୟତା ରାଶି ଯୋଗାଇ ଦିଆଯାଉଛି। ସାମ୍ୱାଦିକଙ୍କୁ ସରକାର ସମସ୍ତ ପ୍ରକାର ସହଯୋଗ ଯୋଗାଇଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।