Odisha Link
Bridging the Missing Links in Odisha

ଲୋକ କଳାକାରଙ୍କ ପାଇଁ ଖୁସି ଖବର, ପାରିଶ୍ରମିକ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

୩ ଘଣ୍ଟାରେ ୩ଟି ପ୍ରଦର୍ଶନ କରିବା ପାଇଁ ବର୍ଦ୍ଧିତ ପାରିଶ୍ରମିକ ଘୋଷଣା

ଓଏଲ୍ ବ୍ୟୁରୋ: ଲୋକ କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି। କଳାକାର ମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ସୂଚନା ଓ ଲୋକସଂପର୍କ ବିଭାଗ ଦ୍ବାରା ଆୟୋଜିତ ସଚେତନତା କାର୍ଯ୍ୟକ୍ରମ ଗୁଡିକରେ କଳାକାର ମାନଙ୍କ ପ୍ରଦର୍ଶନ ପାଇଁ ପାରିଶ୍ରମିକରେ ବୃଦ୍ଧି ବିଷୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଦାସକାଠିଆ, ପାଲା, ଘୋଡାନାଚ ତଥା ଲୋକନୃତ୍ୟ ଓ ଲୋକସଂଗୀତ ପାଇଁ ପାରିଶ୍ରମିକ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଏହି ନୂତନ ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ଲୋକକଳା ପାଇଁ ଗୋଟିଏ ଦିନରେ ୩ ଘଣ୍ଟାରେ ୩ଟି ପ୍ରଦର୍ଶନ କରିବା ପାଇଁ ବର୍ଦ୍ଧିତ ପାରିଶ୍ରମିକ ଘୋଷଣା କରାଯାଇଛି। ଦଳର ମୁଖ୍ୟଙ୍କୁ ଦିନକୁ ୧୦୦୦ ଟଙ୍କା ଓ ଅନ୍ୟ ସଦସ୍ୟ ମାନଙ୍କୁ ୮୦୦ ଟଙ୍କା ଲେଖାଏ ପ୍ରଦାନ କରାଯିବ। ଏହାସହିତ, କଳାକାର ମାନଙ୍କ ଗମନାଗମନ ଓ ଖାଦ୍ୟ ପାଇଁ ଜଣ ପିଛା ଦୈନିକ ୩୦୦ ଟଙ୍କା ଲେଖାଏ ଦିଆଯିବ। ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ପାରିଶ୍ରମିକ ବୃଦ୍ଧି କରାଯାଇଥିବା ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

Leave A Reply

Your email address will not be published.