Odisha Link
Bridging the Missing Links in Odisha

ଆଜି ଶ୍ରାବଣ ମାସର ପ୍ରଥମ ସୋମବାର, ଚଳଚଞ୍ଚଳ ଶୈବ ପୀଠ

ଓଏଲ୍‌ ବ୍ୟୁରୋ: ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଯେଉଁଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ବିଭିନ୍ନ ଶୈବପୀଠ। ରାଜ୍ୟରେ ଥିବା ଶିବ ମନ୍ଦିର ଗୁଡ଼ିକରେ ସକାଳୁ ସକାଳୁ କାଉଡ଼ିଆଙ୍କ ଭିଡ଼ ଜମିମାର ଦେଖିବାକୁ ମିଳିଛି। ବିଶେଷ କରି ରାଜଧାନୀ ଭୁବନେଶ୍ବରରେ ଥିବା ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ପ୍ରବଳ ଭିଡ଼ ପରିଲିକ୍ଷିତ କରାଯାଇଛି।

ବିଭିନ୍ନ ନଦୀ ଘାଟରୁ ପାଣି ଉଠାଇ କାଉଡ଼ିଆମାନେ ଏକାମ୍ର କ୍ଷେତ୍ରକୁ ଛୁଟି ଆସିଛନ୍ତି। ମହାନଦୀର କଟକ ଗଡ଼ଗଡ଼ିଆ ଘାଟ ସମେତ ଅନ୍ୟ ନଦୀ ଘାଟରୁ ଜଳଭାର ନେଇ କାଉଡ଼ିଆମାନେ ଏକାମ୍ର କ୍ଷେତ୍ର‌ରେ ପହଞ୍ଚିଛନ୍ତି। କାଉଡ଼ିଆଙ୍କର ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥା, ଅପ୍ରୀତିକର ପରିସ୍ଥିତିକୁ ରୋକିବା ଲାଗି କମିଶନରେଟ ପୁଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।

ମନସ୍କାମନା ପୂରଣ ଲାଗି ଜଳାଭିଷେକ କରୁଛନ୍ତି ଶ୍ରଦ୍ଧାଳୁ। ଚଳିତବର୍ଷ ଯୋଡ଼ା ଶ୍ରାବଣ ପଡୁଥିବାବେଳେ ଜୁଲାଇ ମାସରେ ଆଜି ଓ ୧୭ ତାରିଖ ଦିନ ଜଳଲାଗି କରାଯିବ। ସେହିପରି ଅଗଷ୍ଟ ମାସର ଶେଷକୁ ଦୁଇଟି ସୋମବାର ୨୧ ତାରିଖ ଓ ୨୮ ତାରିଖ ଦିନ ମଧ୍ୟ ଜଳଲାଗିର ବ୍ୟବସ୍ଥା ରହିଛି।

Leave A Reply

Your email address will not be published.