Odisha Link
Bridging the Missing Links in Odisha

ପୂରଣ ହେବ ୯୦୨ ଶିକ୍ଷକ ପଦବୀ; ପ୍ରକାଶ ପାଇଲା ବିଜ୍ଞପ୍ତି 

ଓଏଲ୍‌ ବ୍ୟୁରୋ: ଚାକିରି ଆଶାୟୀଙ୍କ ପାଇଁ ଖୁସି ଖବର। ଓଡ଼ିଶା ସରକାରଙ୍କ ପକ୍ଷରୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ୯୦୨ ପଦବୀ ସୃଷ୍ଟି କରାଯାଇଛି। ଏନେଇ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ବିଜ୍ଞପ୍ତିରେ ପ୍ରକାଶ ପାଇଥିବା ଏହି ସବୁ ପଦବୀ ରାଜ୍ୟର ୧୦୬ଟି ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପାଇଁ ଉଦ୍ଦିଷ୍ଟ ରହିଛି। ୬୪୨ଟି ପୋଷ୍ଟ୍ ଗ୍ରାଜୁଏଟ୍ ଟିଚର (ପିଜିଟି) ପଦବୀ ପାଇଁ ରହିଥିବା ବେଳେ ୨୪ ଲାବୋରେଟୋରୀ ଆସିଷ୍ଟାଣ୍ଟ୍ ପଦବୀ ପୂରଣ ହେବା ନେଇ କୁହାଯାଇଛି।

ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ସୂଚନା ଅନୁସାରେ, ଯୁକ୍ତ ଦୁଇ ପାଠ୍ୟକ୍ରମ ଖୋଲିବାକୁ ଅନୁମତି ମିଳିଥିବା ସ୍କୁଲଗୁଡ଼ିକରେ ଶିକ୍ଷକ ଓ ଅଣଶିକ୍ଷକ ସମସ୍ୟା ଦୂର କରିବାକୁ ରାଜ୍ୟ ସରକାର ଏହି ୯୦୨ଟି ନୂଆ ପଦବୀ ସୃଷ୍ଟି କରିଛନ୍ତି। ଏଥିରେ ୬୪୨ ପୋଷ୍ଟ ଗ୍ରାଜୁଏଟ ଟିଚର(ପିଜିଟି) ପଦବୀ ସମେତ ୨୪ ଲାବୋରେଟୋରୀ ଆସିଷ୍ଟାଣ୍ଟ, ୨୪ ଲାବୋରେଟୋରୀ ଆଟେଣ୍ଡାଣ୍ଟ, ୧୦୬ ଆସିଷ୍ଟାଣ୍ଟଲାଇବ୍ରେରିଆନ, ୧୦୬ ଜୁନିୟର କ୍ଲର୍କ ପଦବୀ ରହିଛି।

ସୂଚନାଯୋଗ୍ୟ, ଚଳିତ ବର୍ଷ ୧୦୬ ହାଇସ୍କୁଲରେ ଯୁକ୍ତ ଦୁଇ ଶ୍ରେଣୀ ଖୋଲିଛି । ଦଶମ ପଢ଼ିସାରିବା ପରେ ଛାତ୍ରଛାତ୍ରୀ ସିଧାସଳଖ ନିଜ ବିଦ୍ୟାଳୟରେ ଯୁକ୍ତଦୁଇ ପଢ଼ିପାରିବେ । ସେମାନଙ୍କୁ ଶିକ୍ଷାଦାନ ପାଇଁ ଏହି ନୂତନ ଶିକ୍ଷକ ପଦବୀଗୁଡିକ ସୃଷ୍ଟି ହୋଇଛି ।

Leave A Reply

Your email address will not be published.